ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ବୁଧବାରକୁ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ବର୍ଷା ପ୍ରକୋପ ବଢ଼ିବ ରାଜ୍ୟରେ । ଆସନ୍ତା ୫-୬ ଦିନ ଧରି ବର୍ଷା ଲାଗି ରହିବ ବିଭିନ୍ନ ଅଞ୍ଚଳରେ । ୧୭ ଅଗଷ୍ଟ ପର୍ଯ୍ୟନ୍ତ ଓଡ଼ିଶାରେ ବ୍ୟାପକ ବର୍ଷାର ସମ୍ଭାବନା ରହିଛି।
ଆଜି ସକାଳ ସାଢ଼େ ୮ଟା ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଂଜ ୱାର୍ଣ୍ଣିଂ ଦିଆଯାଇଛି । କାଲି ସକାଳ ସାଢ଼େ ୮ଟା ମଧ୍ୟରେ ଅତି ପ୍ରବଳ ବର୍ଷା ପାଇଁ ଅନୁଗୁଳ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଓଡ଼ିଶା ଉପକୂଳ ଓ ଆଖପାଖ ସମୁଦ୍ର ଅଂଚଳରେ ୧୫ ତାରିଖ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ମଝିରେ ମଝିରେ ପନବର ବେଗ ୬୦ କିଲୋମିଟର ଛୁଇଁବା ସହ ଝଡ଼ପବନର ଆଶଙ୍କା ରହିଛି । ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।
