ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଗତ ୧୫ ତାରିଖରେ ବାରିପଦା ସଦର ଥାନା ଅଞ୍ଚଳର ଜଣେ ନାବାଳିକା ତାଙ୍କ ଘର ସମ୍ମୁଖରେ ଖେଳୁଥିଲେ। ସେହି ସମୟରେ ଅଭିଯୁକ୍ତ ସମ୍ପର୍କୀୟ ଅଜା ନାବାଳିକାଙ୍କୁ ଜୋର ଜବରଦସ୍ତି ଘର ପଛପଟକୁ ନିଛାଟିଆ ଜାଗାକୁ ନେଇଯାଇଥିଲେ। ନାବାଳିକାଙ୍କୁ ଯୌନ ନିର୍ଯାତନା ଦେଇଥିଲେ। ଏହି ସମୟରେ ନାବାଳିକା ପାଟି କରି କାନ୍ଦିଥିଲେ। କାନ୍ଦ ଶୁଣି ପଡୋଶୀ ନାବାଳିକାଙ୍କୁ ଉଦ୍ଧାର କରିଥିଲେ ଓ ଘର ଲୋକଙ୍କୁ ସୂଚନା ଦେଇଥିଲେ । ଏହି ଘଟଣା ପରେ ଶିଶୁଟି ଗୁରୁତର ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ହସ୍ପିଟାଲରେ ଶିଶୁ କନ୍ୟାଟିର ଚିକିତ୍ସା ଚାଲିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚ ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ।
ବିସ୍କୁଟ ଲୋଭ ଦେଖାଇ ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
By madhulekha1 Min Read
