ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ବର୍ଷା ପରିମାଣ ବଢ଼ିବ। ବିଶେଷକରି ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ସେହିପରି ବାକି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।
