ଇତିହାସ ପାଲଟିଲା ମନରେଗା । VB G RAM G ବିଲକୁ ମିଳିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ । ରାଷ୍ଟ୍ରପତିଙ୍କ ଅନୁମୋଦନ ସହ ଆଇନରେ ପରିଣତ ହୋଇଛି VB G RAM G । ନୂଆ ଆଇନରେ ଗ୍ରାମୀଣ ପରିବାରକୁ ପ୍ରତିବର୍ଷ ୧୨୫ଦିନ ଶ୍ରମ ଦିବସ ଗ୍ୟାରେଣ୍ଟି ମିଳିବ । ତେବେ ଏଥିରେ କେନ୍ଦ୍ର ଓ ରାଜ୍ୟର ସହଭାଗିତା ୬୦:୪୦ ଅନୁପାତ ରହିବ ।ସରକାର ଆସନ୍ତା ବର୍ଷ ୧ ଏପ୍ରିଲ (୨୦୨୬) ଠାରୁ ଏହି ବିଲ୍ କାର୍ଯ୍ୟକାରୀ କରିବାକୁ ଯୋଜନା କରିଥିବା ଜଣାପଡିଛି ।ଆଇନର ବ୍ୟବସ୍ଥା ଅନୁଯାୟୀ, ଇଚ୍ଛୁକ ଗ୍ରାମୀଣ ପରିବାରଗୁଡ଼ିକୁ ସର୍ବନିମ୍ନ ୧୨୫ ଦିନର ନିଯୁକ୍ତି ପ୍ରଦାନ କରିବା ପାଇଁ ସରକାର ସାମ୍ବିଧାନିକ ଭାବରେ ଦାୟୀ ରହିବେ। ମଜୁରୀ ପ୍ରଦାନ ସପ୍ତାହିକ କିମ୍ବା ସର୍ବାଧିକ ୧୫ ଦିନ ମଧ୍ୟରେ ବାଧ୍ୟତାମୂଳକ। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଦେୟ ପ୍ରଦାନ ନ ହେଲେ ମଜୁରୀ ପ୍ରଦାନରେ ବିଳମ୍ବ ପାଇଁ କ୍ଷତିପୂରଣ ପ୍ରଦାନ କରିବାର ବ୍ୟବସ୍ଥା ମଧ୍ୟ ଅଛି।
VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ
By madhulekha1 Min Read
