ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏହି ବୈଠକରେ କଟକ ଏସ୍.ସି.ବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ସହ ରୋଗୀ ଓ ସମ୍ପର୍କୀୟଙ୍କ ସୁବିଧା ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।ବୈଠକରୁ ଜଣାଯାଇଛି ଯେ, ଏସସିବି ମେଡିକାଲ କଲେଜରେ ୬.୫୧ ଏକର ପରିମିତ ଅଞ୍ଚଳରେ ୧୭ ମହଲା (G+16) ବିଶିଷ୍ଟ ଏକ ମଲ୍ଟି ଲେଭଲ୍ ପାର୍କିଂ ସୁବିଧା ବିକଶିତ କରାଯିବ। ପାର୍କିଂ ସୁବିଧା ଉଭୟ ଏସସିବି ଓ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲକୁ ଆସୁଥିବା ରୋଗୀ ଓ ଆଟେଣ୍ଡାଣ୍ଟମାନେ ବ୍ୟବହାର କରିପାରିବେ। ଏହି ବିଲ୍ଡିଂରେ ୧୨ ମହଲା ପର୍ଯ୍ୟନ୍ତ ପାର୍କିଂ ସୁବିଧା ଏବଂ ଅବଶିଷ୍ଟ ମହଲାଗୁଡିକରେ ପ୍ରଶାସନିକ ବ୍ଲକ, ଆନାଟୋମୀ ବ୍ଲକ, ବି. ଫାର୍ମା ଏବଂ ଡି. ଫାର୍ମା କଲେଜ୍ ଇତ୍ୟାଦି କାର୍ଯ୍ୟକ୍ଷମ ହେବ।ସେହିପରି ପାଣିକୋଇଲି ଟ୍ରମା କେୟାର ସେଣ୍ଟରକୁ ପିପିପି (PPP) ମୋଡ୍ରେ କାର୍ଯ୍ୟକ୍ଷମ କରିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିରେ କେନ୍ଦ୍ରୀୟ ପିଏସୟୁ (PSU) କିମ୍ବା ଅଭିଜ୍ଞ ଘରୋଇ ସଂସ୍ଥାକୁ ପ୍ରାଥମିକତା ମିଳିବ।ଏଥିସହିତ ମେଡିକାଲ ଛାତ୍ରମାନଙ୍କୁ ଚାପମୁକ୍ତ ରଖିବା ପାଇଁ ଇନଡୋର ଗେମ୍, ସୁଇମିଂ ପୁଲ୍ ସୁବିଧା ମଧ୍ୟ ଉପଲବ୍ଧ କରାଯିବ।
ଏସ୍ସିବିରେ ୧୭ ମହଲା ବିଶିଷ୍ଟ ମଲ୍ଟି ଲେଭଲ୍ ପାର୍କିଂ ନିର୍ମାଣ ହେବ
By madhulekha1 Min Read
