ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଆଗରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପ୍ରେମିକ ବିବାହ କରିବା ପାଇଁ ରାଜି ନ ହେବାରୁ ପ୍ରେମିକା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଫତେଗଡ଼ ଥାନା ଆଗରେ ଯୁବତୀ ଜଣକ ପୋକମରା ଔଷଧ ପିଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପ୍ରେମିକର ବାପା ଏବଂ ଫତେଗଡ଼ ଥାନା ପୁଲିସ ଯୁବତୀଙ୍କୁ ଅଟକାଇ ଥିଲେ। ଚୁକ୍ତି ଅନୁଯାୟୀ ଦୁହେଁ ପ୍ରେମିକ ଏବଂ ପ୍ରେମିକାଙ୍କର ଆଜି କୋର୍ଟରେ ମ୍ୟାରେଜ୍ କରିବା ପାଇଁ ଆବେଦନ କରିବା ସହ ମନ୍ଦିର ବିବାହ ହୋଇଥାନ୍ତା। ଏଥିପାଇଁ ପ୍ରେମିକା ଶଙ୍ଖା ସିନ୍ଦୂର ଫୁଲ ମାଳା ସହ ନୂଆ ଶାଢ଼ୀ ନୂଆ କିଣିକି ଆଣିଥିବା କହିଛନ୍ତି । କିନ୍ତୁ ବିବାହ କରିବା ପାଇଁ ପ୍ରେମିକ ଶିବ ନାରାୟଣ ପଣ୍ଡା ରାଜି ନହେବାରୁ ପ୍ରେମିକା ବିଷ ପିଇ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିଲେ। ସୂଚନାମୁତାବକ ଶିବ ନାରାୟଣ ଭୁବନେଶ୍ବର କ୍ୟାଟେରିଂ କାମ କରୁଥିବା ବେଳେ ପ୍ରେମିକା ଜଣକ ସେଠାରେ ରହି ପାଠ ପଢ଼ୁଥିଲେ । ଦୁହିଁଙ୍କ ମଧ୍ୟରେ ୯ ବର୍ଷ ଧରି ପ୍ରେମ ସମ୍ପର୍କ ଥିବା କହିଛନ୍ତି । ବିବାହ ପାଇଁ ଦୁହିଁଙ୍କ ପରିବାର ଲୋକ ରାଜି ଥିବା ବେଳେ ହଠାତ୍ ପ୍ରେମିକ ଶିବ ନାରାୟଣ ପଣ୍ଡା ବିବାହ ପାଇଁ ମନା କରିଥିଲେ । ଫଳରେ ନିରାଶ ହୋଇ ଥାନା ଆଗରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ପ୍ରେମିକା । ପ୍ରେମିକାଙ୍କ ଅଭିଯୋଗ କ୍ରମେ ଫତେଗଡ ଥାନା ପୁଲିସ ପ୍ରେମିକ ଶିବ ନାରାୟଣ ପଣ୍ଡାଙ୍କୁ ଅଟକ ରଖିଥିବା ସୂଚନା ମିଳିଛି ।
ପ୍ରେମିକ ବିବାହ କରିବା ପାଇଁ ରାଜି ନ ହେବାରୁ ପ୍ରେମିକା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ
By madhulekha1 Min Read
