ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ତେବେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ। ବୈତରଣୀର ଶବ୍ୟା କାବେରୀ ଘାଟରେ ପୂଜାର୍ଚ୍ଚନା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସପତ୍ନୀକ ବୁଡ଼ ପକାଇଛନ୍ତି।ଏଥି ପାଇଁ ଶବ୍ୟା କାବେରୀ ଘାଟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ଅଗ୍ନିଶମ ବାହିନୀ ଓ ଓଡ୍ରାଫ ମଧ୍ୟ ଉପସ୍ଥିତ ରହିଥିଲେ ।ଖବର ଅନୁଯାୟୀ, ଦୁଇଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ । ପ୍ରଥମ ଦିନ ମାନେ ମଙ୍ଗଳବାର ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ବୁଧବାର ଦିନ ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମକର ବୁଡ଼ ପକାଇଛନ୍ତି । କେନ୍ଦୁଝର ଜିଲ୍ଲା ବୈତରଣୀ ନଦୀର ଶବ୍ୟା କାବେରୀ ଘାଟରେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ।
ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ
By madhulekha1 Min Read
