ପୁଣି ଅଡୁଆରେ ପଡିଛନ୍ତି ତୁଳସୀ ଯାତ୍ରା ମାଲିକ ନାଣ୍ଡୁ ବାବୁ । ତାଙ୍କ ନାଁରେ ବାଲିପାଟଣା ଥାନାରେ ଏତଲା ଦିଆଯାଇଛି । ଯାତ୍ରା କଳାକାର ସାଇ ସତ୍ୟଜିତ ପଣ୍ଡାଙ୍କ ମା ଏତଲା ଦେଇଛନ୍ତି ।ମା’ଙ୍କ ଅଭିଯୋଗ ଅନୁଯାୟୀ, ତୁଳସୀ ଗଣନାଟ୍ୟର ମାଲିକ ନାଣ୍ଡୁ ବାବୁ ତାଙ୍କ ପୁଅ ଖଳନାୟକ ସାଇ ସତ୍ୟଜିତଙ୍କୁ ମାନସିକ ନିର୍ଯାତନା ଦେଉଛନ୍ତି । ୫ରୁ ୬ଦିନ ହେଲା ଗୁଣ୍ଡା ଲଗାଇ ଧମକଚମକ ଦେଉଛନ୍ତି । ଯାତ୍ରା ଚଲୁଥିବା ବେଳେ ଗ୍ରୀନ ରୁମକୁ ଆସି କାମ କରାଇ ଦେଉନାହାନ୍ତି । ଗୁରୁବାର ମାନସିକ ଚାପ ସହି ନପାରି ସାଇ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ସାଥି କଳାକାରମାନେ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ପରିବାର ଲୋକ ସକାଳୁ ଖବର ଜାଣିବା ପରେ ପୁଅକୁ ଖଣ୍ଡଗିରିରୁ ଆଣିଛନ୍ତି । ଏତେ ବଡ଼ ଘଟଣା ଘଟିଯିବା ପରେ ମଧ୍ୟ ଯାତ୍ରା ପାର୍ଟି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ବୋଲି ମା’ ପଦ୍ମିନୀ ଦାଶ ଏତଲାରେ ଅଭିଯୋଗ କରିଛନ୍ତି ।
