ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।ଓଡ଼ିଶା ସଂଲଗ୍ନ ଛତିଶଗଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଏହାଉପରେ ଦେଇ ଆଉ ଏକ ଟ୍ରପ୍ ଲାଇନ୍ ଯାଇଛି । ଯାହାର ପ୍ରଭାବରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି ।ବିଶେଷ କରି ଉତ୍ତର ଉପକୂଳ ଜିଲ୍ଲାଗୁଡ଼ିକ ଏହା ଫଳରେ ଅଧିକ ପ୍ରଭାବିତ ହେବ ବୋଲି ସତର୍କ ସୂଚନା ରହିଛି ।”
ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ ଯାଏଁ ରାଜ୍ୟରେ ବର୍ଷା
By madhulekha1 Min Read
