ଆଜି ଜ୍ୟେଷ୍ଠ କୃଷ୍ଣ ମଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ଟା ଅର୍ଥାତ୍ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥା’ନ୍ତି। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗିର ଅସଲ ସମୟ ଧାର୍ଯ୍ୟ ହେବ ।
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
By madhulekha1 Min Read
