ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ସରକାରୀ ଏବଂ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଏହି ଓଡ଼ିଶା ଗସ୍ତକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ପ୍ରାରମ୍ଭିକ ଖସଡ଼ା କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଇ ଓଡ଼ିଶା ସରକାରଙ୍କୁ ପ୍ରଦାନ କରାଯାଇଛି।ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ପକ୍ଷରୁ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉଛି। ରାଷ୍ଟ୍ରପତି ଆସିବା ପୂର୍ବରୁ ସମସ୍ତ ପ୍ରକାର ପ୍ରସ୍ତୁତି ସମ୍ପୂର୍ଣ୍ଣ କରି ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିମାନବନ୍ଦରରୁ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ସୁରକ୍ଷା ବଳ ମୁତୟନ ସହ ଟ୍ରାଫିକ୍ ପରିଚାଳନା ନେଇ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି ।
ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
By madhulekha1 Min Read
