ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ ଉଲ୍ଲେଖ ଅଛି।ଏହି ସଂରକ୍ଷଣ ଅବସରପ୍ରାପ୍ତ ସୈନିକଙ୍କ ପାଇଁ ଲାଗୁ ହେଉଥିବା ସଂରକ୍ଷଣ ସହିତ ଅତିରିକ୍ତ ଦଶ ପ୍ରତିଶତ ୧୦% ସଂରକ୍ଷଣ ରହିବ । ସେମାନଙ୍କ ପାଇଁ ନିର୍ଦ୍ଧାରିତ ବୟସ ସୀମାକୁ ୩ ବର୍ଷ କୋହଳ କରାଯିବ । ଅବସରସପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ପରୀକ୍ଷା ଦେବାକୁ ପଡ଼ିବ ନାହିଁ ।ଜ୍ୟରେ ଯୁନିଫର୍ମ ସେବାରେ ପ୍ରତ୍ୟକ୍ଷ ନିଯୁକ୍ତି ଦ୍ବାରା ହେଉଥିବା ସମସ୍ତ ‘ ଗ’ ଓ ‘ଘ’ ପଦବୀରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିବ ।