ଅକ୍ଟୋବର ୫ ତାରିଖ ସୁଦ୍ଧା କଟକ ଓ ଭୁବନେଶ୍ୱର ସହରର ସମସ୍ତ ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ ହେବ । ଏ ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।ଦୁର୍ଗାପୂଜା ଆଉ ଅଳ୍ପଦିନ ଥିବାରୁ ଖୁବଶୀଘ୍ର ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଆଗାମୀ ଦିନରେ ପ୍ରତ୍ୟେକ ନିର୍ମାଣ କାର୍ଯ୍ୟର ଗୁଣବତ୍ତାକୁ ବିଭାଗ ପକ୍ଷରୁ ତଦାରଖ କମିଟି ଯାଂଚ କରିବ । ନିମ୍ନମାନର କାର୍ଯ୍ୟ ପାଇଁ ଦାୟିତ୍ୱରେ ଥିବା ଯନ୍ତ୍ରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମନ୍ତ୍ରୀ କହିଛନ୍ତି। । ନିର୍ମାଣ କାର୍ଯ୍ୟରେ କୌଣସି ପ୍ରକାର ଜନଅସନ୍ତୋଷକୁ ବରଦାସ୍ତ କରାଯିବ ନାହିଁ । ତେଣୁ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ସଜାଗ ହୋଇ ତ୍ୱରିତ ବେଗରେ କାର୍ଯ୍ୟ ଆଗେଇ ନେବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।