ଚୋରା ମଦ ବିକ୍ରିକୁ ବିରୋଧ କରିବା ନାଁରେ ଜଣେ ମହିଳାଙ୍କୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଦେବାରୁ ତାଙ୍କ ବାପା ସହି ନ ପାରି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ ଆସିଛି ଭଦ୍ରକ ଜିଲା ବାଂଶଡା ଥାନା ଚଡଦିଆରୁ। ସୂଚନାମୁତାବକ ଚଡଦିଆ ଗାଁର ଲମ୍ବଧର ତରାଇଙ୍କ ଝିଅ ଚୋରା ମଦ ବିକ୍ରି କରୁଥିବା ମହିଳାମାନେ ଖବର ପାଇଥିଲେ । ପ୍ରଥମେ ମହିଳା ମାନେ ଚୋରା ମଦ ବିକ୍ରି କରୁଥିବା ଦୋକାନକୁ ବାଡ଼େଇ ଭାଙ୍ଗିଥିଲେ । ପରେ ଲମ୍ବଧର ତରାଇଙ୍କ ଘରକୁ ଯାଇ ମାଡ଼ପିଟ କରିବା ସହ ଝିଅକୁ ବିଚ୍ ରାସ୍ତାରେ ଚଲାଇ ଚଳାଇ ଆଣି ମାର୍କେଟ ମଝିରେ ଛିଡା କରି ଜରିମାନା ବାବଦକୁ ୧ ଲକ୍ଷ ଟଙ୍କା ଡିମାଣ୍ଡ କରିଥିଲେ । ମଦ ବିକ୍ରି କରୁଥିବା ମହିଳା ଏବଂ ତାଙ୍କ ବାପା ଭୁଲ ମାଗିବା ପରେ ମଧ୍ୟ ସେମାନଙ୍କୁ ଛାଡ଼ିନଥିଲେ ଉତ୍ୟକ୍ତ ମହିଳା । ଶେଷରେ ୩୦…
Author: madhulekha
ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ଜାତୀୟ ରାଜପଥ ଫି ନିୟମ, ୨୦୦୮ରେ ସଂଶୋଧନ କରିଛି। ଏହା ଅଧୀନରେ, ଯଦି ଏକ ଦୁଇ ଲେନ୍ ବିଶିଷ୍ଟ ଜାତୀୟ ରାଜପଥ (ପକ୍କା ପାର୍ଶ୍ୱ ରାସ୍ତା ସମେତ) ଚାରି ଲେନ୍ କିମ୍ବା ତା’ଠାରୁ ଅଧିକକୁ ପ୍ରଶସ୍ତ କରାଯାଉଛି, ତେବେ ଗାଡ଼ି ଚାଳକଙ୍କଠାରୁ ସମ୍ପୂର୍ଣ୍ଣ ଟୋଲ୍ ଟିକସ ନିଆଯିବ ନାହିଁ । ନିର୍ମାଣ ଆରମ୍ଭରୁ ପ୍ରକଳ୍ପ ସରିବା ପର୍ଯ୍ୟନ୍ତ, ଯାତ୍ରୀମାନଙ୍କୁ ନିର୍ଦ୍ଧାରିତ ଟୋଲର କେବଳ ୩୦ ପ୍ରତିଶତ ଦେବାକୁ ପଡିବ, ଯାହା ଏକ ଗୁରୁତ୍ୱପୂର୍ଣ୍ଣ ୭୦ ପ୍ରତିଶତ ରିହାତି।ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନୂଆ ବର୍ଷରୁ ଏହି ନୂଆ ନିୟମ କାର୍ଯ୍ୟକାରୀ ହେଉଛି। ଏହି ନିୟମ କେବଳ ନୂଆ ପ୍ରକଳ୍ପ ପାଇଁ ସୀମିତ ରହିବ ନାହିଁ, ବରଂ ସମସ୍ତ ଜାତୀୟ ରାଜପଥରେ ମଧ୍ୟ ଲାଗୁ ହେବ ଯେଉଁଠାରେ ଦୁଇ ଲେନ୍ ରାସ୍ତାକୁ ଚାରି ଲେନ୍ କିମ୍ବା ତଦୁର୍ଦ୍ଧ୍ୱ ଲେନ୍ରେ ପରିଣତ କରାଯାଉଛି।
ବଲିଉଡ ଫିଲ୍ମ ଧୁରନ୍ଧରରେ ନଜର ଆସିଥିବା ନଦୀମ ଖାନଙ୍କୁ ଗିରଫ କଲା ପୋଲିସ । ୧୦ ବର୍ଷ ଧରି ଜଣେ ଘରୋଇ ସହାୟିକାଙ୍କୁ ବିବାହ ପ୍ରତିଶୃତି ଦେଇ ତାଙ୍କୁ ଠକି ଦେଇଥିବା ଅଭିଯୋଗ ହୋଇଛି । ଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଦେବା ଅଭିଯୋଗରେ ମୁମ୍ବାଇ ପୋଲିସ ତାଙ୍କୁ ଗିରଫ କରିଛି ।୪୧ ବର୍ଷୀୟ ମହିଳା ଜଣକଙ୍କ ମାଲାଓ୍ବାନୀ ପୋଲିସ ଷ୍ଟେସେନରେ ଅଭିଯୋଗ କରିବା ପରେ ନଦୀମ ଗିରଫ ହୋଇଛନ୍ତି ।ପୀଡ଼ିତା ମହିଳାଙ୍କ ଅଭିଯୋଗ ଅନୁସାରେ, ୧୦ ବର୍ଷ ହେବ ନଦୀମ ତାଙ୍କୁ ବିବାହର ପ୍ରତିଶୃତି ଦେଇ ଶାରିରୀକ ସମ୍ପର୍କ ରଖି ଆସୁଥିଲେ । ସେ ତାଙ୍କ ଘରେ ଘରୋଇ କର୍ମଚାରୀ ଭାବେ କାମ କରୁଥିଲେ କିନ୍ତୁ ବାହା ହେବାକୁ କହି ଦୀର୍ଘଦିନ ସମ୍ପର୍କ ରଖିବା ପରେ ଏବେ ଠକି ଦେଇଥିବା ଅଭିଯୋଗ ଆଣିଥିଲେ । ଏହାସହ ସେ ତାଙ୍କୁ ନିର୍ଯାତନା ଦେଉଥିବା ମଧ୍ୟ ସେ ଅଭିଯୋଗ ଆଣିଛନ୍ତି ।
ରାଜ୍ୟର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାର କିଛି କିଛି ଅଞ୍ଚଳରେ ଥଣ୍ଡାର ପ୍ରକୋପ ବହୁ ମାତ୍ରାରେ ଜାରି ରହିଛି । ହେଲେ ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ବଢ଼ିଛି । ଆସନ୍ତାକାଲି ସକାଳୁ ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ରହିବ । ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୧୪ ଡିଗ୍ରି ମଧ୍ୟରେ ରହିବ ।ସୋମବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାର କିଛି ଅଞ୍ଚଳରେ କୁହୁଡ଼ି ଦୃଶ୍ୟମାନ ହେବା ସମ୍ଭାବନା ରହିଛି ।ତେବେ ଆଗକୁ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଥିବାବେଳେ, ସୋମବାର ଠାରୁ ଶୀତ ଆହୁରି କମିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ।
ବାଲିଘର ହାତୀ ମୃତ୍ୟୁ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ପରିବେଶ ସୁରକ୍ଷା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ହାତୀ ମୃତ୍ୟୁ ଘଟଣାର ତଦନ୍ତ ଚାଲିଛି । ତଦନ୍ତ ପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ସେ କହିଛନ୍ତି, ଘଟଣାକୁ ନେଇ ତତ୍ପର ରହିଛି ବନ ବିଭାଗ। ଯେତେ ଦୋଷୀ ଅଛନ୍ତି ସମସ୍ତଙ୍କୁ ଧରାଯିବ। କାହାରିକୁ ଛଡା ଯିବନି ବୋଲି କହିଥିଲେ।ସୂଚନାଯୋଗ୍ୟ ଗତକାଲି ଏହି ଘଟଣାରେ ବ୍ରହ୍ମପୁର ଆରସିସିଏଫ କହିଥିଲେ ଯେ ହାତୀକୁ ୩୨ ଖଣ୍ଡ କଟାଯାଇଥିଲା । ନିଲମ୍ବିତ ଡେପୁଟି ରେଞ୍ଜର ହାତୀକୁ କାଟିବା ଯୋଜନା କରିଥିଲେ । ବିଦ୍ୟୁତ ଆଘାତରେ ହାତୀର ମୃତ୍ୟୁ ଘଟିଥିଲା । ବିଭାଗ ଆକ୍ସନ ନେବା ଭୟରେ ଏଭଳି କାଣ୍ଡ ଭିଆଇ ଥିଲେ ଡେପୁଟି ରେଞ୍ଜର । ହାତୀକୁ କାଟିବାରେ ସାମିଲ ୮ ଜଣ ସ୍କ୍ୱାଡ୍ଙ୍କୁ ୩୫୩ରେ ନୋଟିସ୍ ହୋଇଛି । ନିଲମ୍ବିତ…
ପୁରୀ ସର୍ବୋଦୟ ନଗରର ମୃତ୍ୟୁଞ୍ଜୟ ତ୍ରିପାଠୀ ଏଭଳି ସାଇବର ଠକାମୀର ଶିକାର ହୋଇଛନ୍ତି । ତାଙ୍କ ମୋବାଇଲକୁ ହ୍ବାଟ୍ସଆପ୍ ଯୋଗେ ଏକ ମେସେଜ ଆସିଥିଲା । ମେସେଜ ଯୋଗେ ଆସିଥିବା ଆପ୍ ଖୋଲିବାରୁ ତାଙ୍କ ଫୋନ୍ ଓ ବ୍ୟାଙ୍କର ସମସ୍ତ ବିବରଣୀ ସାଇବର ଠକ ପାଖକୁ ପଳାଇଥିଲା । ଗତ ବର୍ଷ ଡିସେମ୍ବର ୧୩ ତାରିଖରେ ତାଙ୍କ ବ୍ୟାଙ୍କ୍ ଆକାଉଣ୍ଟରୁ ୧,୬୨,୦୦୦ ଟଙ୍କା ଗାଏବ ହୋଇଯାଇଥିଲା । ଏନେଇ ତୁରନ୍ତ ଜାତୀୟ ସାଇବର କ୍ରାଇମ୍ ହେଲ୍ପ ଲାଇନ ୧୯୩୦ ରେ ଅଭିଯୋଗ କରିବା ସହ ସାଇବର ଥାନାରେ ଅଭିଯୋଗ କରିଥିଲେ ମୃତ୍ୟୁଞ୍ଜୟ । ଘଟଣାକୁ ନେଇ ପୋଲିସ ତଦନ୍ତ କରିବା ସମୟରେ ବଲାଙ୍ଗୀର କଣ୍ଟାବାଞ୍ଜିର କାର୍ତ୍ତିକ ହାତୀ ତାର ଜଣେ ସହଯୋଗୀ ସହ ଏହି ସାଇବର ଠକେଇ କରିଥିବା ପୋଲିସ ଜାଣିବାକୁ ପାଇଥିଲା । ଏହି ଘଟଣାରେ ଅଭିଯୁକ୍ତ କାର୍ତ୍ତିକକୁ ଗିରଫ କରାଯିବା ସହ ତା ଠାରୁ ଏକ ମୋବାଇଲ ଫୋନ୍…
ଦେବଗଡ଼ର ବାରକୋଟ ଥାନା ଅଂଚଳରେ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ଗତକାଲି ରାତିରେ ଜଣେ ନାବାଳିକା ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ଦୁଷ୍କର୍ମର ଶିକାର ହୋଇଛନ୍ତି । ଉଦିତ ପାତ୍ର ନାମକ ଯୁବକ ଶିଶୁଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଚିତ୍କାର କରିବାରୁ ଅଭିଯୁକ୍ତକୁ ଧରି ନିସ୍ତୁକ ମାଡ଼ ମାରିଥିଲେ ଗ୍ରାମବାସୀ। ଗ୍ରାମବାସୀଙ୍କ ମାଡରେ ଉଦିତଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି। ଘଟଣାସ୍ଥଳରୁ ଉଦ୍ଧାର କରି ଅଭିଯୁକ୍ତକୁ ଦେବଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଡାକ୍ତରଖାନାରେ ପୋଲିସ ହେପାଜତରେ ଅଭିଯୁକ୍ତ ରହିଛି। ପୋଲିସ ଘଟଣାସ୍ଥଳ ପରିଦର୍ଶନ କରିଥିବା ବେଳେ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ ଟିମକୁ ସୂଚନା ଦିଆଯାଇଛି। ଚିକିତ୍ସା ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ।
ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭବ୍ୟ ପରେଡ୍ର ଆୟୋଜନ କରାଯାଇଛି। ଏଥିରେ ଭାଗ ନେଇଛନ୍ତି ୟୁରୋପୀୟ ୟୁନିଅନ କଣ୍ଟିଜେଣ୍ଟ। ଶକ୍ତି, ଶୌର୍ଯ୍ୟ ଓ ପରାକ୍ରମ ପ୍ରଦର୍ଶନ କରିଛନ୍ତି ଭାରତୀୟ ସେନା। ତେବେ କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ଥିମ ଥିଲା ସଏଲ ଟୁ ସିଲିକନ, ରୁଟେଡ୍ ଇନ୍ ଟ୍ରାଡିସନ। ଆତ୍ମନିର୍ଭର ଭାରତରେ ଓଡ଼ିଶାର ଯୋଗଦାନକୁ ପ୍ରଦର୍ଶିତ କରାଯାଇଥିଲା । ଦେଖିବାକୁ ମିଳିଥିଲା ମହିଳାଙ୍କ ନେତୃତ୍ବ, ସେମି କଣ୍ଡକ୍ଟର ଚିପ୍, କୋରାପୁଟ କଫି, କୋଣାର୍କର ସୂର୍ଯ୍ୟମନ୍ଦିର, ପଟଚିତ୍ର ଓ ତାରକଶୀ କାମ ।ଏହାସହ ପଟ୍ଟଚିତ୍ର ଓ ତାରକସି କାମକୁ ପ୍ରଜ୍ଞାପନ ମେଢ଼ରେ ଦେଖାଯାଇଛି।
ଭୁବନେଶ୍ବରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ଗାନ୍ଧୀମାର୍ଗରେ ଭବ୍ୟ ପରେଡ୍ ସମାରୋହ ହୋଇଛି। ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ଘୋଷଣା ହୋଇଥିଲା ରାଜ୍ୟପାଳ ପଦକ । ଆଜି ଏହି ଅବସରରେ ମୋଟ୍ ୨୦ ଜଣଙ୍କୁ ମିଳିଛି ରାଜ୍ୟପାଳ ପଦକ । ଆଇଜି ନୀତି ଶେଖର, ସତ୍ୟଜିତ ନାୟକଙ୍କୁ ମିଳିଛି ରାଜ୍ୟପାଳ ପଦକ । ପୁରୀ ଏସପି ପ୍ରତୀକ ସିଂ, ଭିଜିଲାନ୍ସ ଏଏସପି ଅନୁପମା ମହାପାତ୍ର ପାଇଲେ ପଦକ । ସଚିବାନନ୍ଦ ରଥ ଓ ପ୍ରସନ୍ନ ରାଉତଙ୍କୁ ମଧ୍ୟ ରାଜ୍ୟପାଳ ପଦକ ମିଳିଛି ।ଏହା ସହ ମୋଟ୍ ୩୧ ଜଣ ରାଷ୍ଟ୍ରପତି ପୋଲିସ ସେବା ପଦକରେ ସମ୍ମାନୀତ ହୋଇଛନ୍ତି । ସେଥି ମଧ୍ୟରୁ ଓଡିଶାରୁ ଜଣେ ସିବିଆଇ ଅଧିକାରୀ ସମ୍ମାନୀତ ହୋଇଛନ୍ତି । ସାହସିକତା ପାଇଁ ଓଡିଶାରେ ୪ ଜଣ ପାଇଲେ ପଦକ । ଉଲ୍ଲେଖନୀୟ ସେବା ପାଇଁ…
ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଅଶୋକ ଚକ୍ର ସମ୍ମାନରେ ସମ୍ମାନିତ କରିଛନ୍ତି।ଅଶୋକ ଚକ୍ର ଭାରତର ସର୍ବୋଚ୍ଚ ଶାନ୍ତିକାଳୀନ ସାମରିକ ସମ୍ମାନ । ଗ୍ରୁପ୍ କ୍ୟାପଟେନ ଶୁଭାଂଶୁ ଶୁକ୍ଳାଙ୍କୁ ଶାନ୍ତିକାଳୀନ ସର୍ବୋଚ୍ଚ ବୀରତା ସମ୍ମାନ ଅଶୋକ ଚକ୍ର ପ୍ରଦାନ କରାଯାଇଛି । ୨୦୨୫ ଜୁନ ୨୫ରେ ଐତିହାସିକ ଆକ୍ସିଅମ ମିଶନ-୪ରେ ସେ ଆନ୍ତର୍ଜାତିକ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)କୁ ଯାତ୍ରା କରିଥିଲେ । ଚାରି ଦଶନ୍ଧିରୁ ଅଧିକ ସମୟ ପରେ ପ୍ରଥମ ଭାରତୀୟ ଭାବେ ସେ ମହାକାଶ କେନ୍ଦ୍ରକୁ ଯାଇଥିଲେ । ଆଇଏସ୍ଏସ୍ରେ ଦୀର୍ଘ ୧୮ ଦିନ ରହଣୀ କରିଥିଲେ । ଏହି ସମୟ ଭିତରେ ସେ ୬୦ଟି ବୈଜ୍ଞାନିକ ପରୀକ୍ଷା କରିଥିଲେ । ସେଥିରୁ ଇସ୍ରୋର ୭ଟି ପରୀକ୍ଷା ସାମିଲ ଥିଲା ।ଏହାବ୍ୟତୀତ ସଶସ୍ତ୍ର…