Author: madhulekha

ଜାନୁଆରୀ ୨୫ ତାରିଖ ମାଘ ସପ୍ତମୀରୁ ହେବ ଖଣ୍ଡଗିରି ଯାତ୍ରା ବା ମାଘ ମେଳା । ଏନେଇ ବିଏମସିର ସମୀକ୍ଷା ବୈଠକ ହୋଇସାରିଛି । ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଯାତ୍ରାକୁ କିଭଳି ଶୃଙ୍ଖଳିତ ଓ ବ୍ୟବସ୍ଥିତ ଢ଼ଙ୍ଗରେ ଆୟୋଜନ କରାଯିବ, ସେନେଇ କିଛି କଠୋର ପଦକ୍ଷେପ ନିଆଯାଇଛି । ସେଇମଧ୍ୟରୁ ଗୋଟିଏ ନିଷ୍ପତ୍ତି ହେଲା, ଖଣ୍ଡଗିରି ଯାତ୍ରାରେ ଧାର୍ଯ୍ୟ ଦରରୁ ଅଧିକ ପାର୍କିଂ ଫି ଆଦାୟ କଲେ ବିଏମ୍‌ସି ଛାଟ ବାଜିବ । ଖଣ୍ଡଗିରି ମେଳା ପାଇଁ ବିଏମ୍‌ସି ପକ୍ଷରୁ ଏଥର ୫ଟି ସ୍ଥାନରେ ପାର୍କିଂ ପାଇଁ ସ୍ଥାନ ଚିହ୍ନଟ କରାଯାଇଛି । ରସୁଲଗଡ଼ ପଟୁ ଆସୁଥିବା ଗାଡ଼ି ଗୁଡ଼ିକ ପ୍ରାଚୀ ହୋଟେଲରୁ ଥାନା ପର୍ଯ୍ୟନ୍ତ ପାର୍କିଂ କରିବେ । ସେହିପରି ଖୋର୍ଦ୍ଧା ତମାଣ୍ଡୋ ପଟୁ ଆସୁଥିବା ଗାଡ଼ି ଏନ୍ଏଚ୍ କିମ୍ବା ଖାରବେଳ ପାର୍କିଂରେ ଗାଡ଼ି ରଖିବେ । ସହର ଭିତରୁ ଆସୁଥିବା ଲୋକେ ଜାଗମରାରେ ଗାଡ଼ି…

Read More

ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ । ସମ୍ୱଲପୁର ଜିଲ୍ଲା ବୁର୍ଲା କିର୍ବା ଉଚ୍ଚ ପ୍ରାଥମିକ ସ୍କୁଲରେ ଦୁଇ ଶିକ୍ଷୟିତ୍ରୀ ମଧ୍ଯରେ ଗଣ୍ଡଗୋଳ ଘଟଣାରେ ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ l ଶିକ୍ଷୟିତ୍ରୀ ଦୁଇ ଜଣ ହେଲେ କସ୍ତୁରୀ ଜେନା ଓ ଶର୍ମିଷ୍ଠା ପଲେଇ l ସୂଚନାଯାଗ୍ୟ, ଗତ ୧୫ ତାରିଖରେ ପାଇଖାନା ସଫେଇ କାର୍ଯ୍ୟକୁ ନେଇ ହୋଇଥିଲା ମାଡଗୋଳ । ପରବର୍ତ୍ତି ସମୟରେ ଏହା ଉଗ୍ରରୂପ ନେଇଥିଲା ଏବଂ ଉଭୟ ଲହୁଲୁହାଣ ହୋଇଥିଲେ । ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ସମ୍ମୁଖରେ ଶିକ୍ଷୟିତ୍ରୀ ଦ୍ବୟଙ୍କ ଏଭଳି ମାଡ଼ପିଟକୁ ବିଭିନ୍ନ ମହଲରେ ତୀବ୍ର ସମାଲୋଚନା କରାଯାଇଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଆକର୍ଷଣ କରି ସ୍ଥାନୀୟ ବାସିନ୍ଦା ଧନକଉଡ଼ା ବିଇଓଙ୍କ ନିକଟେ ମଧ୍ଯ ଉଭୟ ଶିକ୍ଷୟିତ୍ରୀଙ୍କବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ । ଏହାପରେ ଆଜି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

Read More

ଖୁବ୍‌ଶୀଘ୍ର ମେଟ୍ରୋ ରେଳ ପ୍ରକଳ୍ପ ନୂତନ ରୂପରେ ଆସିବ ବୋଲି ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଣାପଡ଼ିଛି।ବିଭାଗ ପକ୍ଷରୁ ପ୍ରସ୍ତୁତ ହେଉଥିବା ‘ଡିପିଆର୍‌’କୁ ନେଇ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ପୂର୍ବରୁ ଏହା କେବଳ ଭୁବନେଶ୍ୱର-କଟକ-ପୁରୀ ମଧ୍ୟରେ ଗଡ଼ିବ ବୋଲି ପ୍ରସ୍ତାବ ରହିଥିଲା। ପୂର୍ବ ସରକାର ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଯେଉଁ ‘ଡିପିଆର୍‌’ ପ୍ରସ୍ତୁତ କରିଥିଲେ ସେଥିରେ ବହୁତ କିଛି ପରିବର୍ତ୍ତନ କରାଯିବ। ଏହାକୁ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପକୁ ଯୋଡ଼ିବା ପାଇଁ ସରକାରୀସ୍ତରରେ ଏକପ୍ରକାର ନିଷ୍ପତ୍ତି ହୋଇଛି। ଆସନ୍ତା ୨୨ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉଚ୍ଚସ୍ତରୀୟ ବୈଠକରେ ଏସମ୍ପର୍କରେ ପୂର୍ଣ୍ଣାଙ୍ଗ ରୂପରେଖ ଜଣାପଡ଼ିବ। ରାଜ୍ୟ ସରକାରଙ୍କ ଭିଜନ-୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ମେଟ୍ରୋ ରେଳପ୍ରକଳ୍ପକୁ ଏହିସବୁ ଅଞ୍ଚଳକୁ ପ୍ରସାରଣ କରିବା ପାଇଁ ଲକ୍ଷ୍ୟ ରହିଛି। ଏହାସହିତ କେନ୍ଦ୍ର ସରକାରଙ୍କ ସହିତ ମିଶି ପ୍ରକଳ୍ପକୁ କାର୍ଯ୍ୟକାରୀ କରାଯିବାକୁ ରହିଛି, ଯାହାଫଳରେ ରାଜ୍ୟ ଉପରେ ଏତେବଡ଼…

Read More

‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଏନେଇ ଆୟୁଷ୍ମାନ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।ସେ କହିଛନ୍ତି, ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ। ଡିଜିଟାଲ ମାଧ୍ୟମରେ ତଥ୍ୟ ଦେଖିପାରିବେ ଓ ଆବେଦନ ସ୍ଥିତି ଜାଣିପାରିବେ। ଆଗାମୀ ଦିନରେ ଆୟୁଷ୍ମାନ ଭାରତର ସମସ୍ତ ଡାଟା ଓଡ଼ିଆରେ ଉପଲବ୍ଧ ହେବ। ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ । ଆୟୁଷ୍ମାନ ଯୋଜନାରେ ସୁବିଧା ପାଇଁ ୩ଟି ଏମଓୟୁ ସ୍ୱାକ୍ଷରିତ ହୋଇଛି । ସୂଚନାମୁତାବକ ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜୟ) ହେଉଛି ସରକାରଙ୍କ ଫ୍ଲାଗସିପ୍ ସ୍ୱାସ୍ଥ୍ୟ ବୀମା ପଲିସି, ଯାହା ସେପ୍ଟେମ୍ବର ୨୦୧୮ ରେ ଆରମ୍ଭ କରାଯାଇଥିଲା । ଆର୍ଥିକ ଦୁର୍ବଳ ଥିବା ଲୋକଙ୍କୁ ଆର୍ଥିକ ନିରାପତ୍ତା ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସେବା ଯୋଗାଇବା ଏହି ଯୋଜନାର…

Read More

ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ଏକ ଏପରି ସମସ୍ୟା ପାଲଟିଛି, ଯାହା ପ୍ରତିବର୍ଷ ଶୀତଦିନ ଆସିଲେ ଭୟଙ୍କର ରୂପ ଧାରଣ କରେ । ଚିନ୍ତାରେ ରାଜଧାନୀବାସୀ। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ପବନରେ ବହୁଛି ବିଷ। ଅକ୍ଟୋବର ମାସରୁ ଆରମ୍ଭ ହୋଇଥିବା ଏହି ‘ଗ୍ୟାସ୍ ଚାମ୍ବର’ ସ୍ଥିତି ଜାନୁଆରୀ ମାସ ଶେଷ ହେବାକୁ ଆସିଲେ ମଧ୍ୟ ନିୟନ୍ତ୍ରଣକୁ ଆସୁନାହିଁ । ଜାନୁଆରୀ ୧୯ ଆଜି ସକାଳେ ଦିଲ୍ଲୀର ଅନେକ ଅଞ୍ଚଳରେ AQI ୪୧୮ ରୁ ୬୬୫ ପର୍ଯ୍ୟନ୍ତ ରେକର୍ଡ କରାଯାଇଛି, ସେହିପରି ଆନନ୍ଦ ବିହାର ୪୮୯ ଏବଂ ଅଶୋକ ବିହାର ୪୬୩ ରେକର୍ଡ କରାଯାଇଛି । ଅକ୍ଟୋବର ୨୦୨୫ରୁ ପ୍ରଦୂଷଣ ବୃଦ୍ଧି ପାଇବା ଆରମ୍ଭ କଲା । ଏହା ନଭେମ୍ବରରେ ଶୀର୍ଷରେ ପହଞ୍ଚିଥିଲା, AQI 400-୫୦୦ ଉପରେ ଥିଲା । ଡିସେମ୍ବରରେ ଏହା ସାମାନ୍ୟ ହ୍ରାସ ପାଇଥିଲା । ବର୍ଦ୍ଧିତ ପବନ ବେଗ ଯୋଗୁଁ ପ୍ରଦୂଷଣ ସ୍ତରରେ ସାମାନ୍ୟ ଉନ୍ନତି ଘଟିଥିଲେ ମଧ୍ୟ, ଦିଲ୍ଲୀର…

Read More

ସୁନା ଏବଂ ରୂପା ମୂଲ୍ୟ ହ୍ରାସ ସମ୍ପର୍କରେ ସମସ୍ତ ପୂର୍ବାନୁମାନ ଭୁଲ ପ୍ରମାଣିତ ହେଉଥିବା ପରି ମନେ ହେଉଛି। ରୁପା କିଲୋ ୩ ଲକ୍ଷ ଟପିଲା । ସୁନା ୨୪ କ୍ୟାରେଟ୍ ଦେଢ଼ ଲକ୍ଷ ମୁହାଁ । ଘରୋଇ ତଥା ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୁପା ଦରରେ ଅହେତୁକ ବୃଦ୍ଧି ଜାରି ରହିଛି। ଇତିହାସରେ ପ୍ରଥମ ଥର ପାଇଁ ରୁପା ଦର କିଲୋ ପିଛା ୩ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ବେଳେ, ସୁନା ମଧ୍ୟ ୧.୫ ଲକ୍ଷ ଟଙ୍କା ନିକଟରେ ପହଞ୍ଚି ନୂଆ ରେକର୍ଡ ସୃଷ୍ଟି କରିଛି । ରୁପାର ମୂଲ୍ୟ କମିବାକୁ ନା ଧରୁନି । MCX ରେ ମାର୍ଚ୍ଚ ମାସରେ ରୂପା ଫ୍ୟୁଚର୍ସ ୧୩,୫୫୦ କିମ୍ବା ୫ ପ୍ରତିଶତରୁ ଅଧିକ ବୃଦ୍ଧି ପାଇ ପ୍ରତି କିଲୋଗ୍ରାମ ୩,୦୧,୩୧୫ର ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ବର୍ଷ ଆରମ୍ଭରୁ ଏପର୍ଯ୍ୟନ୍ତ ତଥ୍ୟକୁ ଦେଖିଲେ, ଡିସେମ୍ବର ୩୧,୨୦୨୫ରେ ୧୦ଗ୍ରାମ ସୁନାର…

Read More

ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ କରୁଛନ୍ତି, ସେମାନଙ୍କ ବିରୋଧରେ କେବଳ ପୋଲିସ ନୁହେଁ, ବରଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସେ ସ୍ପଷ୍ଟ ଭାବେ କହିଛନ୍ତି ।ସରକାର କୌଣସି ନୂଆ ନିୟମ କରିନାହାଁନ୍ତି, ବରଂ ପୁରୁଣା ନିୟମକୁ କଡ଼ାକଡ଼ି ପାଳନ କରାଯାଉଛି।ବେଆଇନ ଭାବେ ବାଲି ବୋହୁଥିବା ଟ୍ରକ୍ ଏବଂ ବିନା ପରମିଟ୍‌ରେ ଚାଲୁଥିବା ଗାଡ଼ି ବିରୋଧରେ ଅଭିଯାନ ଜାରି ରହିବ।ବଡ଼ ଧରଣର ଆର୍ଥିକ ହେରଫେର ହୋଇଥିବାରୁ ଏଥିରେ କେନ୍ଦ୍ରୀୟ ଏଜେନ୍ସିର ସହାୟତା ନିଆଯାଉଛି।ତେବେ ଗଞ୍ଜାମରେ ବେଆଇନ ବାଲି ଓ ପଥର ମାଫିଆଙ୍କ ଘରେ ଚଢାଉ କରି ପ୍ରାୟ ୨.୬୩ କୋଟି ଟଙ୍କା ନଗଦ ଟଙ୍କା ଜବତ ହୋଇଛି । ଏହା ସହ ଅନେକ ବିଳାସପୂର୍ଣ୍ଣ ଗାଡ଼ି…

Read More

ଏସିଆର ବୃହତ୍ତମ ଲୁଣ ହ୍ରଦ ଚିଲିକାରେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଡ଼ଲଫିନ ିଗଣନା ହେବ। ଚିଲିକା ସଂଲଗ୍ନ ବାଲୁଗାଁ ଓ ସାତପଡା ଚାଲିବ ଡଲଫିନ ଗଣନା । ଡଲଫିନ ଗଣନା ପାଇଁ ଗଠନ ହେଲା ୧୮ଟି ଟିମ । GPS ଟ୍ରାକ୍ ରେ ବାଇନକୁଲାର୍ ଦ୍ୱାରା ଏହି ଗଣନା କରାଯିବ। ଜଣେ ବିଶେଷଜ୍ଞଙ୍କ ସହ ରହିବେ ୩ରୁ ୫ଜଣ । ବୋଟ ଆସୋସିଏସନକୁ ସୂଚନା ଦିଆଯାଇଛି । ଏନେଇ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଡଙ୍ଗା ଚଳାଚଳ ବନ୍ଦ ରହିବ ।

Read More

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା । ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ଆଜି କୋର୍ଟରେ ହାଜର କରାଯିବ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, କର୍ପୋରେଟର ମଳୟ ବିଷୋୟୀ, ମଦନ ଦଳାଇ, ପୂର୍ବତନ ମେୟର ପିଣ୍ଟୁ ଦାଶ, ସୁନୀଲ ଅକୁମାର ହୋତା, ବିପିନ ସ୍ବାଇଁ, ସୀମାଞ୍ଚଳ ନାୟକ, ବିହାରୀ ସୁଟର କୁନ୍ଦନ କୁମାର, ଶିଶୁପାଳ କୁମାର ପାଶୱାନ ସହ ଗୁଳି ଫୁଟାଇଥିବା କୁରୁପତି ଭୂୟାଁ, ଚିଣ୍ଟୁ ପ୍ରଧାନ ଏହି ମାମଲାରେ ଗିରଫ ହୋଇଛନ୍ତି ।ଆଜି କୋର୍ଟରେ ଏହି ମାମଲାର କମିଟମେଣ୍ଟ ହେବାକୁ ଥିବାବେଳେ ଗିରଫ ସମସ୍ତ ୧୬ ଅଭିଯୁକ୍ତ ହାଜର ହେବେ ବୋଲି ସୂଚନା ମିଳିଛି ।ବର୍ତ୍ତମାନ ୧୫ଜଣ ଅଭିଯୁକ୍ତ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଓ ପିଣ୍ଡୁ ଦାଶ ଫୁଲବାଣୀ ମଣ୍ଡଳ କାରାଗାରରେ ବିଚାରଧୀନ ବନ୍ଦୀ ଭାବେ ଅଛନ୍ତି। ମାମଲାର ତଦନ୍ତ ଜାରି ରହିଛି। କମିଟମେଣ୍ଟ ପରେ ଆଗାମୀ ଦିନରେ ପୁଲିସ ପକ୍ଷରୁ ଚୂଡ଼ାନ୍ତ ଚାର୍ଜସିଟ ଦାଖଲ କରାଯିବ। ତାହାପରେ ଅଭିଯୁକ୍ତଙ୍କ…

Read More

ଚୌଦ୍ଵାର ମଣ୍ଡଳ କାରାଗାରରରୁ ୨ କଏଦୀ ଫେରାର ଘଟଣାରେ ତେଜୁଛି ବିବାଦ । ପୂର୍ବତନ ଜେଲର ଓ ବର୍ତ୍ତମାନର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ମଧ୍ୟରେ ଚାଲିଛି ଛାୟା ଯୁଦ୍ଧ । ଚୌଦ୍ଵାର ଜେଲ୍ ଅଧିକ୍ଷକ ସୁଜିତ କୁମାର ରାଉଳ, ପୂର୍ବତନ ଜେଲର ସନ୍ତୋସିନୀ ଦାସଙ୍କ ବିରୋଧରେ ଚୌଦ୍ଵାର ଥାନାରେ ଆଜି ପାଲଟା ଏତଲା ଦେଇଛନ୍ତି । ଏତଲାରେ ପୂର୍ବତନ ଜେଲର ତଥା କଣ୍ଟାବାଞ୍ଜି ଜେଲର ବର୍ତ୍ତମାନ ଜେଲର ସନ୍ତୋଷିନୀ ଦାସ ତାଙ୍କ ବିରୋଧରେ ଯେଉଁ ଅଭିଯୋଗ ଆଣିଛନ୍ତି ତାହା ମିଥ୍ୟା ବୋଲି କହିଛନ୍ତି । ସରକାରୀ ରେକର୍ଡରେ ଜାଲିୟାତି ହୋଇନାହିଁ ବୋଲି ସେ କହିଛନ୍ତି ।ଏହାସହ ସନ୍ତୋଷିନୀଙ୍କ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି ଜଣାଇଛନ୍ତି ।ପୁଲିସ ତଦନ୍ତ କରୁଛି, ସତ ସାମ୍ନାକୁ ଆସିବ ବୋଲି ଅଧିକ୍ଷକ ରାଉଳ ପ୍ରତିକ୍ରିୟା ରଖିଛନ୍ତି ।

Read More