ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଲୋକାର୍ପଣ କରିଛନ୍ତି ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଲୋକାର୍ପଣ କରିଛନ୍ତି ।ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ ଏହା ସମସ୍ତ ସାନ୍ତାଳୀ ଲୋକଙ୍କ ପାଇଁ ଗର୍ବ ଏବଂ ଖୁସିର ବିଷୟ। ଭାରତର ସମ୍ବିଧାନ ଏବେ ସାନ୍ତାଳୀ ଭାଷାରେ, ଓଲ ଚିକି ଲିପିରେ ଉପଲବ୍ଧ। ସେମାନଙ୍କୁ ନିଜ ଭାଷାରେ ସମ୍ବିଧାନ ପଢ଼ିବା ଏବଂ ବୁଝିବା ସହଜ ହେବ। ରାଷ୍ଟ୍ରପତି କହିଛନ୍ତି ଯେ ଏହି ବର୍ଷ ଆମେ ଓଲ ଚିକି ଲିପିର ଶତବାର୍ଷିକୀ ପାଳନ କରୁଛୁ। ଆଉ ସେହି ଶତବାର୍ଷିକୀ ବର୍ଷରେ ଓଲ ଚିକି ଲିପିରେ ଭାରତର ସମ୍ବିଧାନ ପ୍ରକାଶନ ପାଇଁ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଏବଂ ତାଙ୍କ ଦଳକୁ ପ୍ରଶଂସା କରିଥିଲେ।୯୨ତମ ସଂଶୋଧନ ଆଇନ, ୨୦୦୩ ମାଧ୍ୟମରେ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ଅନ୍ତର୍ଭୁକ୍ତ…
Author: madhulekha
ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାରକୁ ନେଇ ଏହାର ନୀତିରେ ପରିବର୍ତ୍ତନ କରିଛି। ନୂଆ ପରିବର୍ତ୍ତନ ଅନୁଯାୟୀ, ଯବାନ ଏବଂ ଅଧିକାରୀମାନେ କେବଳ ରିଲ୍ସ୍ ଦେଖିବା ପାଇଁ ଇନଷ୍ଟାଗ୍ରାମ ବ୍ୟବହାର କରିପାରିବେ।ଏହି ସମୟ ମଧ୍ୟରେ ସେମାନେ କୌଣସି ପୋଷ୍ଟକୁ ଲାଇକ୍ କିମ୍ବା କମେଣ୍ଟ କରିପାରିବେ ନାହିଁ। ଅପରପକ୍ଷରେ ସେନା ପାଇଁ ଡିଜିଟାଲ୍ କାର୍ଯ୍ୟକଳାପ ସମ୍ପର୍କୀତ ସମସ୍ତ ବିଦ୍ୟମାନ ନିୟମ ସମାନ ରହିବ।ଅନ୍ୟପକ୍ଷରେ, WhatsApp, Telegram, Signal ଏବଂ Skype ପରି ମେସେଜିଂ ଆପ୍ କେବଳ ସାଧାରଣ ପ୍ରକୃତିର ଅଣବର୍ଗୀକୃତ (Unclassified) ସୂଚନା/ବିଷୟବସ୍ତୁର ଆଦାନପ୍ରଦାନକୁ ଅନୁମତି ଦିଏ। ବିଷୟବସ୍ତୁ କେବଳ ସେହି ଲୋକଙ୍କ ସହିତ ସେୟାର କରାଯାଇପାରିବ ଯାହାକୁ ବ୍ୟବହାରକାରୀ ବ୍ୟକ୍ତିଗତ ଭାବରେ ଜାଣନ୍ତି। ପ୍ରାପ୍ତକର୍ତ୍ତାଙ୍କୁ ଚିହ୍ନଟ କରିବା ପାଇଁ ବ୍ୟବହାରକାରୀ ସମ୍ପୂର୍ଣ୍ଣ ଭାବରେ ଦାୟୀ ରହିବେ। ଏହା ସହିତ, ସାମରିକ କର୍ମଚାରୀମାନେ କେବଳ ସେମାନଙ୍କର ଜୀବନବୃତ୍ତାନ୍ତ ଅପଲୋଡ୍ କରିବା କିମ୍ବା ସମ୍ଭାବ୍ୟ ନିଯୁକ୍ତିଦାତା/କର୍ମଚାରୀମାନଙ୍କ ବିଷୟରେ ସୂଚନା ପାଇବା ପାଇଁ LinkedIn ବ୍ୟବହାର…
ଜୀବନ ପ୍ରତି ବିପଦ ଥିବା କହିଛନ୍ତି କମେଡିଆନ ଗୁଲୁଆ । ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ସହାୟତା ମାଗିଛନ୍ତି । ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା ୟୁଟ୍ୟୁବର ବର୍ଷା ସାହୁ ମୁହଁ ଖୋଛନ୍ତି। ସେ କହିଛନ୍ତି, ବିବାହ ପରେ ଇଛି ଦିନ ଭଲରେ ଚାଲିଥିଲା। କିନ୍ତୁ ତାଙ୍କ ପରକୀୟା ପ୍ରୀତି ଯୋଗୁ ଧୀରେ ଧୀରେ ଆମ ସମ୍ପର୍କ ଖରାପ ହୋଇଥିଲା। ଗୁଲୁଆ ମୋତେ ବାଡ଼େଇକି ଘରୁ ବାହାର କରିଦେଇଥିଲେ। ମୋ ପାଖରେ ମେଡିକାଲ ରିପୋର୍ଟ ଅଛି। ତାଙ୍କ ଫ୍ୟାମିଲି ମୋତେ ଟଚର୍ର୍ କରିଛନ୍ତି। ମୁଁ ବର୍ଷେ ହେଲା ଚୁପ୍ ଥିଲି। ମୁଁ ତାଙ୍କ ସ୍ତ୍ରୀ ମୋତେ ପଚାରୁନାହାନ୍ତି। ଅନ୍ୟ ଝିଅଙ୍କ ସହ ବହୁତ ଜାଗାରେ ସମୟ ବିତାଉଛନ୍ତି। ମନାଲିରେ ମଧ୍ୟ ଝିଅଙ୍କୁ ନେଇ ସମୟ ବିତାଉଥିଲେ। ଗୁଲୁଆ ଯେତେ ଝିଅଙ୍କ ସହ ସଂପର୍କରେ ଅଛନ୍ତି ସମସ୍ତଙ୍କ ଭିଡିଓ ମୋ ପାଖରେ ଅଛି। ତାଙ୍କ ସବୁ କଳାଚିଠା…
ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା । ଏହାରି ଭିତରେ ଓଡ଼ିଶାର ପ୍ରଦୂଷଣକୁ ନେଇ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି ଯାହାକି ଚିନ୍ତାକୁ ଦ୍ବିଗୁଣିତ କରିଛି ।ବାୟୁ ମାନ ସୂଚକାଙ୍କ (AQI) ରିପୋର୍ଟ ଅନୁଯାୟୀ, ଦେଶର ୫ଟି ସବୁଠାରୁ ପ୍ରଦୂଷିତ ସହର ମଧ୍ୟରେ ଓଡ଼ିଶାର ୩ଟି ସହର ସ୍ଥାନ ପାଇଛନ୍ତି । ଓଡ଼ିଶାର ବାଲେଶ୍ଵର ଆଜି ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି । ଏଠାରେ AQI ୩୩୬ ରହିଛି । ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି ଶିଳ୍ପ ସହର ତାଳଚେର, ଯେଉଁଠାରେ AQI ୩୨୪ ରହିଛି । ଏହାପରକୁ ତୃତୀୟ ସ୍ଥାନରେ ରହିଛି ୩୦୪ AQI ସହ ବାରିପଦା ସହର ଯାହା ଦେଶର ୫ମ ପ୍ରଦୂଷିତ ସହର ଭାବେ ଚିହ୍ନଟ ହୋଇଛି ।ଏହି ୩…
ରାଜ୍ୟ ଉପରୁ ପଶ୍ଚିମାଝଡ଼ ପ୍ରଭାବ ଅପସରି ଯିବା ପରେ ଗତ ଦୁଇଦିନ ହେଲା ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା କମୁଛି । ଗୁରୁବାରଠାରୁ ପାରଦ ଆହୁରି ତଳମୁହାଁ ହେବ। ସମତଳ ଏବଂ ପାହାଡ଼ିଆ ଅଞ୍ଚଳଗୁଡ଼ିକରେ ୧ରୁ ୨ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି।ଆସନ୍ତା ଦୁଇ ଦିନ ପାଇଁ ସୁନ୍ଦରଗଡ,ଢେଙ୍କାନାଳ,କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୮,୨୯,୩୦ ତାରିଖ ପାଇଁ ସୁନ୍ଦରଗଡ, କନ୍ଧମାଳ,କୋରାପୁଟ ପାଇଁ ରହିଛି ୟଲୋ ଓ୍ବାର୍ଣ୍ଣିଂ। ତେବେ ୨୦୨୬ ଜାନୁଆରୀ ପ୍ରଥମ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗର ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ଭାବେ ପଡ଼ିବ ନାହିଁ ଆଶଙ୍କା କରାଯାଉଛି ।
ମହାପ୍ରଭୁଙ୍କୁ ମହୋଦଧିରେ ଭସେଇଦେଲେ । ସମୁଦ୍ର ଭିତରେ ମହାପ୍ରଭୁ ଜଗନ୍ନାଥଙ୍କ ବିଗ୍ରହ ଅତି ଦୟନୀୟ ଅବସ୍ଥାରେ ଉଦ୍ଧାର। ଏ ଭିଡିଓ ଦେଖିବାକୁ ଅତି କଷ୍ଟଦାୟକ। ଏହା ପୁରୀ ବେଳାଭୂମିର ଦୃଶ୍ୟ ବୋଲି ଅନୁମାନ କରାଯାଉଛି । ତେବେ କିଏ ଓ କାହିଁକି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି ବେଳାଭୂମିରେ ଭସେଇଛି ସେନେଇ କିଛି ସ୍ପଷ୍ଟ ସୂଚନା ନାହିଁ । ବେଳାଭୂମିରେ ମହାପ୍ରଭୁଙ୍କ ମୂର୍ତ୍ତି ଭାସୁଥିବାର ଦେଖି କିଛି ପର୍ଯ୍ୟଟକ ମୂର୍ତ୍ତିକୁ ପାଣି ଭିତରୁ ଆଣୁଥିବା ବେଳେ ଆଉ କିଛି ପର୍ଯ୍ୟଟକ ମାନେ ସେଲଫି ନେଉଛନ୍ତି ।
କେନ୍ଦ୍ରାପଡ଼ା ଜିଲ୍ଲାର ଗହୀରମଥାରେ ଛଅଟି ଅଲିଭ୍ ରିଡଲେ କଇଁଛଙ୍କୁ ସରକାର ବୁଧବାର ଦିନ ସାଟେଲାଇଟ୍-ଲିଙ୍କ୍ଡ୍ ଟ୍ରାକିଂ ଡିଭାଇସ୍ ସହିତ ଟ୍ୟାଗ୍ କରିଛନ୍ତି ।ଏଥିସହିତ ଆଗାମୀ ଦିନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣରେ ଆହୁରି ତିନୋଟି କଇଁଛଙ୍କୁ ଟ୍ୟାଗ୍ କରିବାର ଯୋଜନା ଥିବା ନେଇ ଜଣେ ବରିଷ୍ଠ ବନ ଅଧିକାରୀ ସୂଚନା ଦେଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବାସସ୍ଥାନ ଚିହ୍ନଟ କରିବା, ମାଛ ଧରିବା ଭଳି ବିପଦକୁ ହ୍ରାସ କରିବା, ଗତିଶୀଳ ସାମୁଦ୍ରିକ ସଂରକ୍ଷିତ କ୍ଷେତ୍ର ଡିଜାଇନ୍ କରିବା ଏବଂ କଇଁଛଙ୍କ ଜୀବନଚକ୍ର ବିଷୟରେ ଗଭୀର ଜ୍ଞାନ ହାସଲ କରିବା ଟ୍ୟାଗିଂର ମୂଳ ଲକ୍ଷ୍ୟ ବୋଲି କୁହାଯାଉଛି। ତେବେ ଏଥିରେ ଖାଦ୍ୟ ଏବଂ ପ୍ରଜନନ ପର୍ଯ୍ୟାୟ ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଏହା ସ୍ଥାନୀୟ ମତ୍ସ୍ୟଜୀବୀ ସମ୍ପ୍ରଦାୟମାନଙ୍କୁ ମଧ୍ୟ ଲାଭ ପହଞ୍ଚାଇବ ବୋଲି ଅଧିକାରୀ କହିଛନ୍ତି। ତେବେ ମୋଟ ନଅଟି କଇଁଛ ଅର୍ଥାତ୍ ଚାରି ଅଣ୍ଡିରା ଏବଂ ପାଞ୍ଚଟି ମାଈ କଇଁଛଙ୍କୁ ଟ୍ୟାଗ୍ କରାଯିବ।
ଇଣ୍ଡିଗୋ ବିଭ୍ରାଟ ପରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ । ଦେଶରେ ଉଡ଼ିବ ଆଉ ୩ ନୂଆ ଏୟାରଲାଇନ୍ସ । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଶଙ୍ଖ ଏୟାର, ଅଲ୍ ହିନ୍ଦ୍ ଏୟାର ଓ ଏବଂ ଫ୍ଲାଏ ଏକ୍ସପ୍ରେସ୍ ଅନୁମତି ମିଳିଛି । ଏହା ଦ୍ବାରା ଯାତ୍ରୀଙ୍କ ପାଖରେ ବିକଳ୍ପ ବଢିବା ସହିତ ବିମାନ ସେବାରେ ପ୍ରତିଦ୍ବନ୍ଦ୍ବିତା ମଧ୍ୟ ସୃଷ୍ଟି ହେବ। ଗତ ସପ୍ତାହରେ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଏହି ୩ ଏୟାରଲାଇନ୍ସ ଦଳ ସହ ସାକ୍ଷାତ କରିଥିଲେ। ଶଙ୍ଖ ଏୟାରକୁ ପୂର୍ବରୁ ଏନଓସି ମିଳିସାରିଥିଲା। ତେବେ ହିନ୍ଦ ଏୟାର ଓ ଫ୍ଲାଇଏକ୍ସପ୍ରେସକୁ ଚଳିତ ସପ୍ତାହରେ ଅନୁମତି ପ୍ରଦାନ କରାଯାଇଛି। ଏବେ ଏହି କମ୍ପାନୀମାନେ ଆଗାମୀ କିଛି ପ୍ରକ୍ରିୟା ପୂରା କରିବା ପରେ ବ୍ୟାବସାୟିକ ଉଡାଣ ପାଇଁ ପ୍ରସ୍ତୁତ ହୋଇପାରିବେ।
ପୁର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଭାରତର ରାଜନୈତିକ ଇତିହାସରେ ଜଣେ ସଫଳ ବ୍ୟକ୍ତିତ୍ୱ ହେଉଛନ୍ତି ଅଟଳ ବିହାରି ବାଜପେୟୀ, ଯିଏ ଜୀବନର ପ୍ରତି କ୍ଷେତ୍ରରେ ସଫଳତାର ଶୀର୍ଷକୁ ଛୁଇଁପାରିଛନ୍ତି । ସେ ଏକାଧାରରେ ଜଣେ ବିଚକ୍ଷଣ ରାଜନୀତିଜ୍ଞ, ପ୍ରଶାସକ, ଭାଷାବିତ, କବି, ସମ୍ବାଦିକ ଓ ଲେଖକ । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଆଦର୍ଶରେ ଅନୁପ୍ରାଣିତ ହୋଇ, ଅଟଳ ବିହାରୀ ଉଦାରବାଦ, ସହନଶୀଳତା, ସମାନତାକୁ ନେଇ ରାଜନୀତିରେ ପାଦ ଥାପିଥିଲେ । ମଧ୍ୟପ୍ରଦେଶର ଗ୍ୱାଲିଅରରେ ୧୯୨୪ ମସିହା ଡିସେମ୍ବର ୨୫ରେ ଜନ୍ମଗ୍ରହଣ କରିଥିଲେ ଅଟଳ । ଆଜି ତାଙ୍କ ଶ୍ରାଦ୍ଧ ବାର୍ଷିକୀ । ତାଙ୍କ ବାପା ଥିଲେ ଶିକ୍ଷକ ଓ ମାଆ ସୁଗୃହିଣୀ । କିନ୍ତୁ ତାଙ୍କର ପ୍ରକୃତ ଘର ଥିଲା ଉତ୍ତରପ୍ରଦେଶ ଆଗ୍ରା ଜିଲ୍ଲାର ବଟେଶ୍ୱରରେ । ତାଙ୍କର ରାଜନୈତିକ ଜନ୍ମସ୍ଥଳୀ ଥିଲା ଉତ୍ତରପ୍ରଦେଶ । ରାଜଧାନୀ ଲକ୍ଷ୍ନୌରୁ ସେ ଏମପି ଭାବେ…
ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ । ଘରୋଇ କଳହରୁ ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି ।ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ସ୍ଵାମୀ ଏବଂ ସ୍ତ୍ରୀ ଖାଇ ସାରିବା ପରେ କୌଣସି କଥାକୁ ନେଇ ବଚସା ହୋଇଥିଲା। କିନ୍ତୁ ଝଗଡା ଏତେ ଉଗ୍ର ରୂପ ଧାରଣ କରିଥିଲା ଯେ ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଵାମୀ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା। ଖବର ପାଇ ଦେଓଗାଁ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ଵାମୀ ମାଧବ ମଲ୍ଲିକକୁ ଗିରଫ କରିଛି।