ଫେବୃଆରୀ ୯ରେ କଟକ ବାରବାଟିରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍ । ଏଥିପାଇଁ ପ୍ରଥମ ଟିକେଟ୍ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ କରିଛି ଓଡିଶା କ୍ରିକେଟ୍ ଆସୋସିଏସନ୍ । କଟକ ବାରବାଟିରେ ହେବାକୁ ଥିବା ଏହି ମ୍ୟାଚ୍ କିଭଳି ଶୃଙ୍ଖଳିତ ଭାବେ ସୁରୁଖୁରୁରେ ଶେଷ ହେବ । ସେନେଇ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତିଓସିଏ ସଂପାଦକ ସଞ୍ଜୟ ବେହେରା ।ଏହାସହ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ମ୍ୟାଚର ପ୍ରଥମ ଟିକେଟ କିଣିଛନ୍ତି।ସୂଚନାଯୋଗ୍ୟ ଯେ, ଆସନ୍ତା ଫେବୃଆରୀ ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯିବ ଦିନିକିଆ ମ୍ୟାଚ୍ । ଏଥିପାଇଁ ଓସିଏ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି । ପ୍ରଥମେ ଷ୍ଟାଡିୟମର ଭିତ୍ତିଭୂମି ସଜଡ଼ା ଯାଇଥିବା ବେଳେ ଏବେ ବିଭିନ୍ନ କାମକୁ ନେଇ ତର୍ଜମା କରାଯାଉଛି । ତେବେ ଏଥର ବଦଳିପାରେ ବାରବାଟୀ ଦିନିକିଆ ପାଇଁ ଗ୍ୟାଲେରି ଟିକଟ୍ କାଉଣ୍ଟର ସ୍ଥାନ। ପୂର୍ବ କାଉଣ୍ଟର ସ୍ଥାନ ବଦଳାଇ ଷ୍ଟାଡିୟମ୍ ନିକଟରେ ନୂତନ ସ୍ଥାନରେ ଟିକଟ କାଉଣ୍ଟର କରିବାକୁ କମିଶନରେଟ ପୋଲିସର ଯୋଜନା ରଖିଛି ।ଅଧିକ ଗୁରୁତ୍ବପୂର୍ଣ୍ଣ ଖବର ପଢିବା ପାଇଁ ଆମକୁ ଏବେ ଫୋଲୋ (Follow) କରନ୍ତୁ । ଅନ୍ୟଙ୍କୁ ସେୟାର କରନ୍ତୁ ।