ପୁଣି ଆନ୍ଦୋଳନକୁ ଓହ୍ଲାଇବେ ଘରୋଇ ବସ ମାଲିକ ସଂଘ। ଆସନ୍ତା ୭ ଓ ୮ ତାରିଖରେ ୨୪ ଘଣ୍ଟିଆ ବସ୍ ଚଳାଚଳ ବନ୍ଦ ରଖିବାକୁ ନେଇଛନ୍ତି ନିଷ୍ପତ୍ତି।ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ବସ୍ ମାଲିକମାନେ ଲକ୍ଷ୍ମୀ ବସ୍ ଚଳାଚଳ ଯୋଜନାକୁ ବିରୋଧ କରି ପୁଣିଥରେ ଏକଜୁଟ୍ ହୋଇଛନ୍ତି। ଆସନ୍ତା ୭ ତାରିଖ ସୁଦ୍ଧା ଯଦି ଦାବି ପୂରଣ ନ ହୁଏ ତେବେ ବସ୍ ଚଳାଚଳ ବନ୍ଦ କରିବାକୁ ଚେତାବନୀ ଦେଇଛନ୍ତି । ତେବେ ବିଜେଡି ସରକାର ଅମଳରେ ପ୍ରଥମେ ଟାୟାର ୱାନ ବସ୍ ଚାଲିଥିଲା। ପ୍ରତିବାଦ ପରେ ବନ୍ଦ ରହିଥିଲା, ତେବେ ପୁଣି ଟାୟାର ଟୁ ଲକ୍ଷ୍ମୀ ବସ୍ ଚଳାଚଳ ନେଇ ବସ୍ ମାଲିକ ସଂଘ ପ୍ରତିବାଦ କରିଥିଲେ। ହେଲେ ନିର୍ବାଚନ ଯୋଗୁଁ ତାହା ସ୍ଥଗିତ ରହିଥିଲା। ଏନେଇ ପରିବହନ ବିଭାଗ କିମ୍ବା ରାଜ୍ୟ ସରକାରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।