କେନ୍ଦ୍ରମନ୍ତ୍ରୀ ପ୍ରତାପରାଓ ଯାଦବ କର୍କଟ ଟୀକା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ମହିଳାଙ୍କୁ ମିଳିବ କ୍ୟାନ୍ସର ଭ୍ୟାକସିନ୍। ମହିଳାଙ୍କ କ୍ଷେତ୍ରରେ କ୍ୟାନସର ରୋକିବାକୁ ଏହି ଟିକାକରଣ କରାଯିବ। ୯ ବର୍ଷରୁ ୧୬ ବର୍ଷର ଝିଅମାନଙ୍କୁ ଏହି ଟିକାକରଣ କରାଯିବ। ଏହି ଟିକାର ଗବେଷଣା ସରିଛି, ଏବେ ଟ୍ରାଏଲ ଚାଲିଛି। ତେଣୁ ଏହି ଟିକା ୫ରୁ ୬ ମାସ ମଧ୍ୟରେ ଆସିଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।ସେ କହିଛନ୍ତି, ଦେଶରେ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି ସମସ୍ୟାର ମୁକାବିଲା ପାଇଁ ସରକାର ପଦକ୍ଷେପ ନେଉଛନ୍ତି। ଏପରି ପରିସ୍ଥିତିରେ, ସରକାରଙ୍କ ପକ୍ଷରୁ କର୍କଟ ଟିକା ସମ୍ପର୍କରେ ଏହା ଏକ ବଡ଼ ଅପଡେଟ୍। ୩୦ ବର୍ଷରୁ ଅଧିକ ବୟସର ମହିଳାମାନଙ୍କର ହସ୍ପିଟାଲରେ ସ୍କ୍ରିନିଂ କରାଯିବ ଏବଂ କର୍କଟ ରୋଗର ପ୍ରାରମ୍ଭିକ ଚିହ୍ନଟ ପାଇଁ ଡେ କେୟାର କର୍କଟ କେନ୍ଦ୍ର ସ୍ଥାପନ କରାଯିବ। କର୍କଟ ଚିକିତ୍ସାରେ ବ୍ୟବହୃତ ଔଷଧ ଉପରୁ ସୀମା ଶୁଳ୍କ ମଧ୍ୟ ଛାଡ଼ କରାଯାଇଛି।ଏଥି ପାଇଁ ଦେଖି କେନ୍ଦ୍ର ସରକାର ପଦକ୍ଷେପ ନେଇଛନ୍ତି।ଅଧିକ ଗୁରୁତ୍ବପୂର୍ଣ୍ଣ ଖବର ପଢିବା ପାଇଁ ଆମକୁ ଏବେ ଫୋଲୋ (Follow) କରନ୍ତୁ । ଅନ୍ୟଙ୍କୁ ସେୟାର କରନ୍ତୁ ।