ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ରେଡ୍ କରାଯାଉଛି। ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍ , ୩ଟି ଫ୍ଲାଟ୍ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି। ଭୁବନେଶ୍ୱର, ପୁରୀ, କଟକ, ଯାଜପୁର, କେନ୍ଦୁଝର ସମେତ ୧୦ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି। ଆୟ ବହିଃଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଚିପ ଇଞ୍ଜିନିୟର ଏଣ୍ଡ ବେସିନ ମେନେଜର (ବୈତରଣୀ ବେସିନ)ର କୈଳାସ ଚନ୍ଦ୍ର ସାହୁ । ତେବେ ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।