କଟକ ଛତ୍ରବଜାରରେ ଜଣେ ମହିଳା ହୋମ୍ଗାର୍ଡଙ୍କୁ ଏକ ଟ୍ରକ୍ ଧକ୍କା ଦେବାରୁ ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ହୋମ୍ଗାର୍ଡ ଜଣଙ୍କ ହେଲେ ମନୋରମା ପଣ୍ଡା। ଡ୍ୟୁଟି ସାରି ସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ ତାଙ୍କୁ ଟ୍ରକ୍ ପଛପଟରୁ ଧକ୍କା ଦେଇଥିଲା।ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ମନୋରମା ମାଲଗୋଦାମ ଥାନାରେ ହୋମ୍ଗାର୍ଡ ଭାବେ କାର୍ଯ୍ୟରତ ଥିଲେ। ଡ୍ୟୁଟି ସାରି ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।