ଇଦ୍ ପାଇଁ ସାରାଦେଶ ଉତ୍ସବମୁଖର । ମସଜିଦରେ ଚାଲିଛି ସମୁହ ନମାଜ ପାଠ । ଘରେ ବି ଚାଲିଛି ନମାଜ ପାଠ । ପରସ୍ପରକୁ ଇଦର ଶୁଭେଛା ଜଣାଉଛନ୍ତି ମୁସଲିମ ଭାଇ ଓ ଭଉଣୀ । ବିରିୟାନୀ, ଲଛା, ସିମେଇ , ଖଜୁର ଓ ସର୍ବତ ପ୍ରସ୍ତୁତ ହୋଇ ରହିଛି ।ଆଜି ଇଦ ସହ ଶେଷ ହେବ ଦୀର୍ଘ ଏକ ମାସ ଧରି ଚାଲିଥିବା ବ୍ରତ। ଦିନ ସାରା ଉପବାସ ରହି ରାତିରେ ରୋଜା ପାଳୁଥିଲେ। ଏହା ରମଜାନ ମାସକୁ ଇସଲାମରେ ସବୁଠୁ ପବିତ୍ର ମାସ କୁହାଯାଏ। ଏହି ସମୟରେ ଗରୀବ ଲୋକମାନଙ୍କୁ ଦାନ ଦିଆଯାଇଥାଏ। ବିଶ୍ବାସ ରହିଛି ଏପରି କଲେ ଆଲ୍ଲା ଖୁସି ହୋଇଥାନ୍ତି।ସମୁହ ନମାଜ ପାଠ ପାଇଁ ସମସ୍ତ ମସଜିଦରେ ସକାଳୁ ସକାଳୁ ଭିଡ ଲାଗିଛି।ଏହି ପବିତ୍ର ଦିନରେ ବର୍ଷ ସାରା ଯାହା ଆୟ କରିଥିବ ତାର ଅଢ଼େଇ ଭାଗ ଗରିବ ଓ ନିଃସହାୟ ବ୍ୟକ୍ତିଙ୍କୁ ଦାନ କଲେ ପୂଣ୍ୟ ହୁଏ ବୋଲି ବିଶ୍ୱାସ ରହିଛି । ଇସଲାମ ପରମ୍ପରା ଅନୁସାରେ ଏହି ରମଜାନ ମାସ ହିନ୍ଦୁମାନଙ୍କ କାର୍ତ୍ତିକ ମାସ ଭଳି ସବୁଠାରୁ ପୂଣ୍ୟ ଓ ପବିତ୍ର ମାସ। ମାସ ସାରା ରୋଜା (ଉପବାସ) ଓ ଏବାଦତ (ବିଶେଷ ପ୍ରାର୍ଥନା) କରାଯିବାର ପରମ୍ପରା ରହିଥାଏ । ତେବେ ମୁସଲମାନ ଶ୍ରଦ୍ଧାଳୁ ମାନେ ଭୋରରୁ ଉଠି ଉପବାସ ରଖିଥିଲେ। ପ୍ରତ୍ୟେକ ଦିନ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ନିର୍ଜ୍ବଳା ଉପବାସ ବ୍ରତ ପାଳନ କରିବା ସହିତ ଚକ୍ଷୁ, କର୍ଣ୍ଣ, ନାସା, ଜିହ୍ୱା ଇତ୍ୟାଦି ଇନ୍ଦ୍ରିୟଗୁଡ଼ିକ ଉପରେ ସଂଯମ ଅବଲମ୍ବନ କରାଯାଇଥାଏ ବୋଲି ବିଶ୍ୱାସ ରହିଛି।ଏହି ଖବର ଅନ୍ୟଙ୍କୁ ଶେୟାର କରନ୍ତୁ ।