ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୭୩୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧, ୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭ ,୭୩୦ ଟଙ୍କା ଥିଲା ।ସେହିପରି ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧,୨୫୦ ଟଙ୍କା ଓ ୭୭,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୪୦୦ ଟଙ୍କା ଓ ୭୭,୮୮୦ ଟଙ୍କା ରହିଛି ।ଅନ୍ୟପଟେ ଆଜି ଭୁବନେଶ୍ବରରେ ରୂପା ଦର କେଜି ପିଛା ୧,୦୦,୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି।ଅଧିକ ଗୁରୁତ୍ବପୂର୍ଣ୍ଣ ଖବର ପଢିବା ପାଇଁ ଆମକୁ ଏବେ ଫୋଲୋ (Follow) କରନ୍ତୁ । ଅନ୍ୟଙ୍କୁ ସେୟାର କରନ୍ତୁ ।