ଏବେ ଗୋପାଳପୁର ବନ୍ଦରର ୯୫% ଅଂଶଧନ ଅଦାନୀ ପାଖରେ ରହିବ ଏବଂ ୫ % ଅଂଶଧନ ଷ୍ଟିଭଡୋର ପାଖରେ ରହିବ । ଗୋପାଳପୁର ପୋର୍ଟର ସେୟାର ହୋଲଡିଙ୍ଗକୁ ଦୃଢ କରିବାକୁ ଏବଂ ଏହାକୁ ମଲ୍ଟି କାର୍ଗୋ ପୋର୍ଟରେ ପରିଣତ କରିବାକୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଇଛି । ଆଦାନୀ ଗ୍ରୁପ୍ ପାଖକୁ ଏହି ଅଂଶଧନ ଯିବା ଦ୍ୱାରା ଗୋପାଳପୁର ବନ୍ଦର ଉନ୍ନତି କରଣ କରାଯାଇପାରିବ। ଏହି ଚୁକ୍ତିନାମାକୁ ରାଜ୍ୟ କ୍ୟାବିନେଟ ମଂଜୁରୀ ଦେଇଛନ୍ତି।
୨୦୧୦ ଓ ୨୦୧୭ ଏହି ବନ୍ଦରର ଅଂଶଧନ ପରିବର୍ତ୍ତନ ହୋଇଥିଲା । ବର୍ତ୍ତମାନ ଗୋପାଳପୁର ବନ୍ଦର ୧୧.୪୩ ମିଲିୟନ ମେଟ୍ରିକ ଟନ ପଣ୍ୟ ପରିବହନ କରୁଅଛି ଏବଂ ଏହାର ମୋଟ ଆୟରୁ ୭.୫ ପ୍ରତିଶତ ରାଜ୍ୟ ସରକାରଙ୍କୁ ରାଜସ୍ୱ ଅଂଶ ଭାବେ ପ୍ରଦାନ କରୁଅଛି । ଫଳରେ ରାଜ୍ୟ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିଯୁକ୍ତି ବଢ଼ିବ।