ରସୁଣରେ ଥଣ୍ଡା, କାଶ, ଲୁ, ରକ୍ତଚାପ ସହିତ କ୍ୟାନ୍ସରରୁ ରକ୍ଷା ପାଇବା ପାଇଁ ଅନେକ ତତ୍ତ୍ବ ଭରପୁର ରହିଛି । ରସୁଣ ରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଖଣିଜ, ଲବଣ ଭରପୁର ରହିଥାଏ । ରସୁଣ ଖାଇବା ଦ୍ବାରା ଶରୀରରେ ରୋଗପ୍ରତିଶୋଧକ କ୍ଷମତା ବଢ଼ିଥାଏ । ଏଥି ସହ ରସୁଣରେ ଥିବା ଆଲିସିନ୍ ନାମକ ଅଣ୍ଟିବାୟୋଟିକ୍ ଶରୀରକୁ ବିଭିନ୍ନ ରୋଗରୁ ମୁକ୍ତ ରଖିଥାଏ ।ରସୁଣର ନିୟମିତ ସେବନ ଦ୍ବାରା କ୍ୟାନ୍ସର ହେବାର ସମ୍ବାବନା ବହୁ ମାତ୍ରାରେ କମ ହୋଇଥାଏ । ନିକଟରେ ହୋଇଥିବା ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଏହା ଦ୍ବାରା କ୍ୟାନ୍ସର ହେବାର ସମ୍ବାବନା ୩୦-୪୦ ପ୍ରତିଶତ କମ ହୋଇଥାଏ । ଏଥିସହ ଉଚ୍ଚରକ୍ତଚାପକୁ ଦୂର କରିବାରେ ମଧ୍ୟ ରସୁଣ ବହୁ ଲାଭଦାୟକ ହୋଇଥାଏ । ଦୈନିକ ରସୁଣ ଖାଇବା ଦ୍ବାରା କୋଲେଷ୍ଟ୍ରଲ କମ ହେବା ସହ ହୃଦଜନିତ ରୋଗର ସମ୍ବାବନା ମଧ୍ୟ କମ ହୋଇଥାଏ ।
ରସୁଣରେ ଶରୀରକୁ ଗରମ ରଖିବାର ପୋଷକ ଭରପୁର ମାତ୍ରାରେ ରହିଥାଏ । ଯାହା ଫଳରେ ଥଣ୍ଡା, କାଶ ଏବଂ ଛିଙ୍କ ଆଦିରୁ ରକ୍ଷା ପାଇବା ପାଇଁ ଏହା ବହୁ ଲାଭକାରୀ ପ୍ରମାଣିତ ହୋଇଥାଏ । ଦୈନିକ ରସୁଣ ଖାଉଥିବା ବ୍ୟକ୍ତିଙ୍କ ନିକଟରେ ରକ୍ତହିନତା ଦେଖାଯାଇ ନଥାଏ । ଏଥି ସହ ଏହା ବିଭିନ୍ନ ପ୍ରକାରର ସଂକ୍ରମଣରୁ ମଧ୍ୟ ରକ୍ଷା କରିଥାଏ । ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମଧ୍ୟ ରସୁଣ ଦ୍ବାରା ଶୀଘ୍ର ଉପଶମ ମଳିଥାଏ ।
