ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ଖୋଲିଲା ହୀରାକୁଦ ଗେଟ୍ । ଜଳଭଣ୍ଡାରରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ । ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଗେଟ୍ ଖୋଲାଯାଇଛି । ପ୍ରବଳ ବର୍ଷା କାରଣରୁ ହୀରକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍ର ଆଉ ୮ଟି ଫାଟକ ଖୋଲାଯାଇଛି । ଉପରମୁଣ୍ଡରେ ଲଗାଣ ବର୍ଷା ଲାଗି ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଥିଲା । ଯାହାକୁ ଦୃଷ୍ଟିରେ ରଖି ୨ ଦିନ ତଳେ ଡାକବାଜି ଯନ୍ତ୍ର ଜରିଆରେ ହୀରାକୁଦ ଜଳଭଣ୍ଡାରରୁ ପାଣି ଛାଡିବା ନେଇ ପ୍ରଚାର କରାଯାଇଥିଲା। ପାଣି ଛାଡ଼ିବା ପୂର୍ବରୁ ତଳିଆ ଅଞ୍ଚଳ ଲୋକଙ୍କୁ ସତର୍କ କରାଯାଇଥିଲା । ବର୍ତ୍ତମାନ ହୀରାକୁଦରେ ଜଳସ୍ତର ୬୧୦.୧୭ ଫୁଟ୍ ରହିଛି।