IAS ବିଷ୍ଣୁପଦ ସେଠୀଙ୍କୁ ମିଳିଲା ସାମୟିକ ଆଶ୍ୱସ୍ତି । ଆସନ୍ତା ୮ ତାରିଖ ଯାଏଁ ତାଙ୍କ ବିରୁଦ୍ଧରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ହୋଇପାରିବ ନାହିଁ ବୋଲି ଆଜି ହାଇକୋର୍ଟ ନିର୍ଦେଶ ଦେଇଛନ୍ତି।ବିଷ୍ଣୁପଦଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ହାଇକୋର୍ଟ । ସିବିଆଇ ରେଡ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ । ଆସନ୍ତା ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।ଓଡିଶା ବ୍ରିଜ ଏଣ୍ଡ ରୁଫ କର୍ପୋରେସନ ଲାଞ୍ଚ ମାମଲାରେ ଛନ୍ଦି ହୋଇପଡିଛନ୍ତି IAS ବିଷ୍ଣୁପଦ ସେଠୀ ।