ପୁଣେର ମହାରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଚାଲିଛି। ଟସ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବାକୁ ଆସିବା ପରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ଇନିଂସରେ ୨୫୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ ପ୍ରଥମ ଇନିଂସରେ ୧୫୬ ରନ ସଂଗ୍ରହ କରିଥିଲା। ବର୍ତ୍ତମାନ ନ୍ୟୁଜିଲାଣ୍ଡର ଦ୍ୱିତୀୟ ଇନିଂସ ଚାଲିଛି।ଅଧିନାୟକ ରୋହିତ ଶର୍ମା ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଶୁବମନ ଗିଲ୍ ୧୦ ରନ ଓ ଯଶସ୍ୱୀ ଜୈସ୍ୱାଲ ୬ ରନ କରି ଅପରାଜିତ ରହିଥିଲେ।
ଏହାପରେ ଦ୍ୱିତୀୟ ଦିନ ଖେଳ ଆରମ୍ଭରୁ ଘରୋଇ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଗିଲ୍ ଓ ଜୈସ୍ୱାଲ ୩୦ ରନ ଲେଖାଏଁ କରି ଆଉଟ ହୋଇଥିଲେ। ଏହାପରେ ବିରାଟ କୋହଲି ମଧ୍ୟ ମାତ୍ର ୧ ରନ କରି ପାଭିଲିଅନ ଫେରିଥିଲେ।