ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ନ ମିଳିବାରୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗିରଫ ହେବା ପରେ ଜଗାଙ୍କୁ ପୁଲିସ ଏସଡିଜେଏମଙ୍କ ବାସଭବନରେ ହାଜର କରାଇଥିଲା। ପୁଲିସ ଯେଉଁ ଦଫା ଲଗାଇଛି ତାହା ଆଧାରରେ ଏସଡିଜେଏମ କୋର୍ଟଙ୍କ ପକ୍ଷରୁ ଜାମିନ ଦେବା କ୍ଷମତା ପରିସର ବାହାରେ ଥିବାରୁ କୋର୍ଟ ତାଙ୍କ ଜାମିନ ନାମଞ୍ଜୁର କରିଦେଇଥିଲେ।