ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ। ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ। ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି ପୁରପଲ୍ଲୀ। ମଠ ମନ୍ଦିର ଓ ଘରଗୁଡ଼ିକରେ ଖୁବ୍ ଧୁମଧାମରରେ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ପାଳନ କରିବାକୁ ପ୍ରସ୍ତୁତି ହୋଇଛି । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବ ଅନୁଷ୍ଠିତ ହେଉଅଛି ।ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ରବିବାର ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା। ସୋମବାର ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ।ଏପଟେ ଭୁବନେଶ୍ବର ଇସ୍କନ୍ ମନ୍ଦିରରେ ସମ୍ପୂର୍ଣ୍ଣ ନିତିକାନ୍ତିରେ କୃଷ୍ଣଙ୍କ ଜନ୍ମୋତ୍ସବ ପାଳନ କରାଯାଉଛି । ଶହ ଶହ ଶ୍ରଦ୍ଧାଳୁ ଇସ୍କନ ମନ୍ଦିରକୁ ଆସି ଠାକୁରଙ୍କ ଦର୍ଶନ କରୁଛନ୍ତି ।ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡ଼ିତ ବିଭିନ୍ନ ମଠ ବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ।