ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବୁଧବାର ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ। ହେଲେ ଏହା ଅଧିକ ଘନୀଭୂତ ଆଶଙ୍କା କମ୍।ଏହାର ପ୍ରଭାବରେ ୪ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବଢିବ।