ରାଜ୍ୟ ଭାଜପା ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିବା ପରେ ସେ ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛି। ତେବେ ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।