ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତମାସ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ। ସେମାନେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ସୂଚନା ଅନୁଯାୟୀ ପୂର୍ବ ସୋମବାର ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଦଳାଚକଟା ଘଟଣା ନେଇ ମୂଖ୍ୟମନ୍ତ୍ରୀ ଏହି ଅଭିଯୋଗ ଶୁଣାଣୀକୁ ବନ୍ଦ କରାଇଥିଲେ।