ବିଏଡ୍ ନାମ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏଥିପାଇଁ ଆବେଦନକାରୀମାନଙ୍କ ପାଇଁ ମାର୍ଚ୍ଚ ୨୪ ତାରିଖ ଠାରୁ କମନ୍ ଆପଲିକେସନ ଫର୍ମ (ସିଏଏଫ) ପୂରଣ ପ୍ରକିୟା ଆରମ୍ଭ ହେବ |ବିଗତ ବର୍ଷ ଭଳି ଆଗାମୀ ଶିକ୍ଷା ବର୍ଷ ୨୦୨୫-୨୬ ପାଇଁ ମଧ୍ୟ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ। ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ।
ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି।ଅଧିକ ଗୁରୁତ୍ବପୂର୍ଣ୍ଣ ଖବର ପଢିବା ପାଇଁ ଆମକୁ ଏବେ ଫୋଲୋ (Follow) କରନ୍ତୁ । ଅନ୍ୟଙ୍କୁ ସେୟାର କରନ୍ତୁ ।