ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେବା ପରେ ସପରିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୱାଇ ବି ଖୁରାନିଆ ।ଏହା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ଉପରେ ଆଲୋଚନା କରିଥିଲେ। କେନ୍ଦ୍ର କାର୍ମିକ ମନ୍ତ୍ରଣାଳ୍ର ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଜୁଲାଇ ୨୬ ତାରିଖର ପ୍ରସ୍ତାବ ଅଧାରରେ BSF ସ୍ପେଶାଲ ଡିଜି ୧୯୯୦ ବ୍ୟାଚ୍ ଆଇପିଏସ୍ ଓ୍ବା.ବି ଖୁରାନିଆଙ୍କୁ ତତ୍କାଳ ପ୍ରଭାବରୁ ନିଜ କ୍ୟାଡର ଓଡ଼ିଶାକୁ ଫେରାଇ ଦେବା ପାଇଁ କେନ୍ଦ୍ର ନିଯୁତି ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଅନୁମୋଦନ କରିଥିଲା ।ଖୁବ ଶୀଘ୍ର ଶ୍ରୀମନ୍ଦିର ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି ।