ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ସରି ଆସୁଛି । ବାହୁଡା ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଗଲା । ତେବେ ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି ତଥା ନୀତି ବହୁଳତା ଦୃଷ୍ଟିରୁ ଆସନ୍ତାକାଲି “ସନ୍ଧ୍ୟା ଦର୍ଶନ” ଥିବାରୁ ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ ବୋଲି ସୂଚନା ମିଳିଛି । ନିର୍ଦ୍ଧାରିତ ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ଅନୁଷ୍ଠିତ ହେବା ପରେ ଶ୍ରୀଜୀଉଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ ।