ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୧୪ ତାରିଖ ଦିନ ଓଡ଼ିଶା ଆସି ପହଞ୍ଚିବେ ରାଷ୍ଟ୍ରପତି ମୁର୍ମୁ। ଏହାପରେ ନିଜ କାର୍ଯ୍ୟକ୍ରମରେ ଯୋଗ ଦେବେ।ଜୁଲାଇ ୧୪ ତାରିଖରେ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି ୧୫ରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଏହାସହ ରେଭେନ୍ସା ବାଳିକା ବିଦ୍ୟାଳୟର କରିବେ ଶିଳାନ୍ୟାସ ।