ପିଏମ ଜନମନ ଯୋଜନାରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି। ୨ ଅକ୍ଟୋବରରେ ଝାଡଖଣ୍ଡର ହଜାରୀବାଗ୍ ରୁ ଦେଶର ବିଭିନ୍ନ ରାଜ୍ୟକୁ ୮୩ ହଜାର ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ। ଜନଜାତି ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଧରତି ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ କାର୍ଯ୍ୟକ୍ରମର ଲଞ୍ଚ କରିବେ।ଦେବଗଡ, ଗଜପତି, ମୋହନା, ରାୟଗଡା, ବାଲିଗୁଡା, ମାଲକାନଗିରି , ଗୁଣୁପର ଏବଂ ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଗମନାଗମନର ସୁବିଧା ପାଇଁ ରାସ୍ତା ନିର୍ମାଣ ହେବ। ଏହାସହ ଆଦିବାସୀ ଅଞ୍ଚଳରେ ଅନେକ ଗୁଡିଏ ଲୋକାଭିମୁଖୀ କାର୍ଯ୍ୟର ଶିଳାନ୍ୟାସ କରିବେ ବୋଲି ଜଣାପଡିଛି।