ବଦଳିଲା ରାହୁଲ ଗାନ୍ଧୀଙ୍କ ଗସ୍ତ ତାରିଖ। ୯ ନୁହେଁ ୧୧ତାରିଖରେ ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ରହୁଲ ଗାନ୍ଧୀଙ୍କ ସହ କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେ ଓ ଏଆଇସିସି ସାଧାରଣ ସମ୍ପାଦକ କେସି ବେନୁଗୋପାଳ ଆସିବେ। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ ବର୍ଷକର ସରକାର ବିଫଳତାକୁ ନେଇ ଏହି ସମାବେଶ କରିବ କଂଗ୍ରେସ ।ଅନେକ ଦିନ ଧରି ରାହୁଲ ଗାନ୍ଧୀ ଓଡ଼ିଶା ଆସିନାହାନ୍ତି। ଦୀର୍ଘ ଦିନ ପରେ ରାହୁଲ ଓଡ଼ିଶା ଆସୁଥିବା କହିଛନ୍ତି, ରାଜ୍ୟ ପିସିସି ସଭାପତି ଭକ୍ତ ଦାସ ।କଂଗ୍ରେସ ପକ୍ଷରୁ ଆହୁତ ସମ୍ବିଧାନ ବଞ୍ଚାଓ ସମାବେଶରେ ଯୋଗ ଦେବେ। ବରମୁଣ୍ଡା ପଡ଼ିଆରେ ଦଳୀୟ କାର୍ଯ୍ୟକ୍ରମରେ ହେବେ ସାମିଲ ।