ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ସୋମବାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ, କଟକ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ସତର୍କ ସୂଚନା ଜାରି କରାଯାଇଛି। ଏହାବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ ମୟୂରଭଞ୍ଜରେ ମଧ୍ୟ ବର୍ଷା ସମ୍ଭାବନା ଥିବା ଜଣାପଡ଼ିଛି।