ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସାଉଥ୍ ସୁପରଷ୍ଟାର ରଜନୀକାନ୍ତ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି। ପେଟରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଚେନ୍ନାଇର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।ରଜନୀକାନ୍ତ ଅସୁସ୍ଥ ହେବା ଖବର ସାମ୍ନାକୁ ଆସିବା ପରେ ସାମାଜିକ ଗଣମାଧ୍ୟମରେ ପ୍ରଶଂସକ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୀଘ୍ର ଆରୋଗ୍ୟ ହେବା ପାଇଁ କାମନା କରିଛନ୍ତି।ସୁପରଷ୍ଟାର ରଜନୀକାନ୍ତଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ସୂଚନା ଦେଇ ଚେନ୍ନାଇ ପୋଲିସ କହିଛି ଯେ ପେଟରେ ଯନ୍ତ୍ରଣା ହେତୁ ତାଙ୍କୁ ଚେନ୍ନାଇର ଆପୋଲୋ ଗ୍ରିମସ ରୋଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥି ସହିତ ତାଙ୍କ ପତ୍ନୀ ମିଡିଆରେ ସୁପରଷ୍ଟାରଙ୍କ ସ୍ବାସ୍ଥ୍ୟ ଅପଡେଟ ଦେଇଛନ୍ତି। ରଜନୀକାନ୍ତଙ୍କ ପତ୍ନୀ ଲତା କେବଳ କହିଛନ୍ତି ଯେ ବର୍ତ୍ତମାନ ସବୁ ଠିକ ଅଛି।