ଆସନ୍ତା ୨୩ ତାରିଖରେ ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ସ୍ଥାନାନ୍ତର ହେବ । ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ସ୍ଥାନାନ୍ତର ହେବ। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ନୀଳାଦ୍ରି ବିହାର ମ୍ୟୁଜିୟମ ନିକଟରେ ଥିବା କୋଠରୀକୁ ସ୍ଥାନାନ୍ତରଣ କରାଯିବ।ସୂଚନା ଯୋଗ୍ୟ, ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରାକୁ କଢ଼ାଯାଇ ଅନ୍ୟତ୍ର ସ୍ଥାନାନ୍ତର କରାଯିବ। ଜୁଲାଇ ୨୯ ସୋମବାରରେ ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା। ବୈଠକ ଶେଷ ହେବା ପରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ, ଭିତର ରତ୍ନଭଣ୍ଡାରରେ ରହିଥିବା ଖାଲି ଆଲମିରାଗୁଡ଼ିକୁ ବାହାର କରାଯିବ। ୨୩ ତାରିଖ ମଧ୍ୟାହ୍ନ ୧ଟାରୁ ଏହି ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ ହେବ। ଏହି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି ।