ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଇଛନ୍ତି । ୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେଇଛନ୍ତି ଅନୁ ଗର୍ଗ । ଲୋକସେବା ଭବନରେ ସେ ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି । ସେ ୧୯୯୧ ବ୍ୟାଚର ଆଇଏଏସ ଅଫିସର । ଡିସେମ୍ବର ୩୧ ତାରିଖରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଶେଷ ହୋଇଛି । ତାଙ୍କ ସ୍ତାନରେ ସେ ଦାୟିତ୍ବ ଗ୍ରହଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ପଦବୀ ନେବା ପୂର୍ବରୁ ଅନୁ ଗର୍ଗ ରାଜ୍ୟର ଉନ୍ନୟନ କମିଶନର, ତଥା ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଭାବରେ କାର୍ଯ୍ୟରତ ଥିଲେ। ଦୀର୍ଘ ଦିନ ଧରି ମୋହନ ସରକାରଙ୍କ ଶାସନ କଳ ସହିତ ଜଡିତ ଅଛନ୍ତି ଅନୁ ଗର୍ଗ। ସେ ପାୱାର କରିଡରରେ ଜଣେ ନିର୍ବିବାଦୀୟ ଓ ଦକ୍ଷ ଅଫିସର।
ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ
By madhulekha1 Min Read
