ଆକାଶ ମାର୍ଗରୁ ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବନ୍ୟା ଦ୍ବାରା ୮ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ନେଇ ସମୀକ୍ଷା ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ।ସେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ୧୨ଟି ବ୍ଲକର ବନ୍ୟା ସ୍ଥିତି ଆକାଶ ମାର୍ଗରୁ ଅନୁଧ୍ୟାନ କରି ପରିସ୍ଥିତିର ସମୀକ୍ଷା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର (SRC) ମଧ୍ୟ ଉପସ୍ଥିତ ଥିଲେ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବନ୍ୟା ପ୍ରଭାବିତ ଅଞ୍ଚଳରୁ ୨ ଲକ୍ଷ ୬୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ୧୭ଟି ODRAF, ୭ଟି NDRF ଏବଂ ୧୨୯ଟି ଅଗ୍ନିଶମ ବାହିନୀର ଟିମ୍ ବିଭିନ୍ନ ପ୍ରଭାବିତ ଅଞ୍ଚଳରେ ନିୟୋଜିତ ହୋଇଛି |ପାଣି ଛାଡିବାର ୩ ଦିନ ଭିତରେ କ୍ଷୟକ୍ଷତି ଆକଳନ ରିପୋର୍ଟ ନିର୍ଦ୍ଦେଶ ଦିଆଯାଇଛି । ଏସଡିଆରଏଫରୁ ୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ନଦୀରେ ପାଣି କମିବା ଆରମ୍ଭ କରିଛି , ୨ ଦିନରେ ସ୍ଥିତି ସୁଧୁରିବ । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଆକଳନ କରାଯିବା ସହ ପ୍ରଭାବିତ ଲୋକଙ୍କୁ ସହାୟତା ପ୍ରଦାନ ଏବଂ ପରବର୍ତ୍ତୀ ପଦକ୍ଷେପ ନେଇ ନିଷ୍ପତ୍ତି ନିଆଯିବ ।
ଆକାଶ ମାର୍ଗରୁ ବନ୍ୟା ସ୍ଥିତିର ସମୀକ୍ଷା !ବନ୍ୟା ଦ୍ବାରା ୮ ଲକ୍ଷ ଲୋକ ପ୍ରଭାବିତ କହିଲେ ମୁଖ୍ୟମନ୍ତ୍ରୀ
By madhulekha1 Min Read
