ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। କାଉଡିଆମାନେ ନିଜର ମାନସିକ ଜଳ ଭାର ଆଣି ବାବା ଧବଳେଶ୍ଵରଙ୍କ ପାଖରେ ଲାଗି କରିଛନ୍ତି । ରାତି ୪ଟାରେ ପହଡ ଖୋଲା ଯାଇ ସମସ୍ତ ନୀତିକାନ୍ତି କରାଯିବା ପରେ ଶ୍ରାବଣୀ ଲିଙ୍ଗରେ କାଉଡିଆ ମାନେ ଜଳ ଲାଗି କରିଥିଲେ ।ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି କଲେ ମାନସିକ ପୂରଣ ହୁଏ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ମାସକ ପୂର୍ବରୁ ଜଳ ଲାଗି କରିବାକୁ ଯାଉଥିବା କାଉଡ଼ିଆ ରୀତି ନୀତି ପାଳନ କରିଥା’ନ୍ତି । ଶ୍ରାବଣ ମାସ ସାରା ପ୍ରତିଟି ସୋମବାର ବିଭିନ୍ନ ନଦୀରୁ ଜଳ ସଂଗ୍ରହ କରି ଖାଲିପାଦରେ ବାହୁଙ୍ଗା ବୋହି ପାଦରେ ଚାଲି ଚାଲି ନିଷ୍ଠାର ସହ ଶୈବପୀଠକୁ ଆଣି ଭୋଳାବାବାଙ୍କୁ ଜଳ ଲାଗି କରିଥା’ନ୍ତି ।
ଶ୍ରାବଣ ପ୍ରଥମ ସୋମବାର : ଶୈବ ପୀଠରେ ଜଳ ଲାଗି କଲେ କାଉଡ଼ିଆ
By madhulekha1 Min Read
