ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଗଲେ ଫରେଷ୍ଟର ବାବୁ। ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ ଟିମ୍। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ କୁମାର ନାୟକଙ୍କୁ ମାଡ଼ିବସିଲା ଭିଜିଲାନ୍ସ।ମଙ୍ଗଳବାର ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗୀର ଭିଜିଲାନ୍ସ ଟିମ୍ ଚଢାଉ କରି ତାଙ୍କୁ ଧରିଛନ୍ତି । ଫରେଷ୍ଟରଙ୍କ ଅଫିସ ଓ ଆଦର୍ଶ ପଡା ନେହେରୁ ନଗରରେ ଥିବା ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଥିବା ଭିଜିଲାନ୍ସ ଡିଏସପି ପୂଲସ୍ତି ଛତ୍ରିଆ ସୂଚନା ଦେଇଛନ୍ତି। ସୂଚନା ମୁତାବକ କୌଶିକ କୁମାର ଭୋଇ ନାମକ ଜଣେ ବ୍ୟକ୍ତିଠାରୁ ରେଙ୍ଗାଲ ଗଛ କାଟିବା ପାଇଁ ଅନୁମତି ଦେବାକୁ ଲାଞ୍ଚ ଦାବି କରିଥିଲେ ବଲାଙ୍ଗୀର ମୁରିବାହାଲ ରେଞ୍ଜ ଗୁଲମୀ ଫରେଷ୍ଟର ଅଶୋକ କୁମାର ନାଏକ।
ଲାଞ୍ଚ ନେଉଥିଲେ ଫରେଷ୍ଟର, ମାଡ଼ି ବସିଲା ଭିଜିଲାନ୍ସ
By madhulekha1 Min Read
