ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର ବିଶାଳ ଅହିରାଜ ସାପ ଉଦ୍ଧାର ହୋଇଛି। ଖବର ପାଇ ସ୍ନେକ ହେଲ୍ପଲାଇନ ସଦସ୍ୟ ରାମଚନ୍ଦ୍ର ସାହୁ ଓ ଜଗନ୍ନାଥ ସାହୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ଅତି ସତର୍କତାର ସହ ସାପଟିକୁ ଉଦ୍ଧାର କରି ନିକଟସ୍ଥ ଏକ ଧାନ ବିଲକୁ ଆଣି କାବୁ କରିଥିଲେ। ସାପଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯିବା ପରେ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦିଆଯାଇଛି।
