ନୂଆ ରୂପ ପାଇବ ମିଶନ ଶକ୍ତି । ବଦଳିବ ଡ୍ରେସ କୋଡ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ କୋଡ । ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ ମିଳିବ । ମହିଳାଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଏହି ମିଶନ ଶକ୍ତି ଯୋଜନା ହୋଇଛି । ମିଶନ ଶକ୍ତି ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମ “ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କୁ ସୁଧ ଫେରସ୍ତ”ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ, ମହିଳା ସଶକ୍ତିକରଣ ଏବଂ ମା’ ମାନଙ୍କର ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି। ଏହା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଭିତ୍ତିକୁ ସୁଦୃଢ଼ କରିବା ସହିତ ଅଧିକ ବଜାର ସୁଯୋଗ ସୃଷ୍ଟି କରି ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରୁଛି।
ମିଶନ ଶକ୍ତିର ମହିଳାଙ୍କୁ ସରକାର ଦେବେ ସ୍ମାର୍ଟଫୋନ୍
By madhulekha1 Min Read
