ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷ ପୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଖର୍ଚ୍ଚ କାଟ କରାଯାଉଛି, ପ୍ରଧାନମନ୍ତ୍ରୀ ଆସିଲେ ନିରାଡମ୍ବର ଉତ୍ସବ ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।ସୂଚନା ଅନୁସାରେ ଜୁନ୍ ୧୨ରୁ ୧୦ ଦିନ ଧରି ପାଳନ ହେବ ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷ ପୂର୍ତ୍ତି ଉତ୍ସବ । ନିରାଡମ୍ବର ଭାବେ ରାଜ୍ୟସ୍ତରୀୟ ଓ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀଙ୍କ ବୈଠକ ପରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି ।
ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
By madhulekha1 Min Read
