ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛି। ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରାଯାଇଛି।ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ମେ ୯ ତାରିଖରେ ରବିନ୍ଦ୍ରନାଥ ଟାଗୋରଙ୍କ ଜନ୍ମବାର୍ଷିକୀରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଭାଜପା ବିଧାୟକ ଦଳ ନେତା ଚୟନ ନେଇ ଏହି ୨ ନେତାକୁ ବଡ଼ ଦାୟିତ୍ୱ ମିଳିଛି। ଭାଜପାର ଜାତୀୟ ସାଧାରଣ ସମ୍ପାଦକ ଅରୁଣ ସିଂ ତାଙ୍କୁ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି । ତେବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବୁଧବାର କୋଲକାତାରେ ପହଞ୍ଚି ନବନିର୍ବାଚିତ ବିଧାୟକମାନଙ୍କ ସହ ଆଲୋଚନା କରିବେ। ଏହା ପରେ, ବିଧାୟକ ଦଳ ନେତା ଏବଂ ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ ମୋହନ ମାଝୀଙ୍କୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ
By madhulekha1 Min Read
